Latest Odisha News

BREAKING NEWS

ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଆଜି ପାଇଁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି। ଏହା ବ୍ୟତୀତ ବାଲେଶ୍ୱର, ଭଦ୍ରକ ଓ କେନ୍ଦୁଝର ଜିଲ୍ଲା ପାଇଁ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରାଯାଇଛି।

ସେହିପରି ବାଲେଶ୍ୱର, ଭଦ୍ରକ, କେନ୍ଦୁଝର ଓ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଘଡ଼ଘଡ଼ି ସହ ବଜ୍ରପାତ, ବର୍ଷା ଏବଂ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି।

ପାଣିପାଗ ବିଭାଗ ଅନୁଯାୟୀ ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୋଳ, ଢେଙ୍କାନାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ଗଜପତି, ଗଞ୍ଜାମ, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଯାହାଫଳରେ ଏସବୁ ଜିଲ୍ଲା ଗୁଡ଼ିକ ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି

Leave A Reply

Your email address will not be published.