Latest Odisha News

BREAKING NEWS

ବଙ୍ଗୋପସାଗରରେ ଲଘୁଚାପ: ସାରା ରାଜ୍ୟରେ ଭୀଷଣ ବର୍ଷା, ଦକ୍ଷିଣ ଓଡିଶାକୁ ଅରେଞ୍ଜ ଆଲର୍ଟ

ଭୁବନେଶ୍ୱର: ପୁଣି ମାଡ଼ି ଆସୁଛି ଆଉ ଏକ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ବାଂଲାଦେଶ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଏହି ଲଘୁଚାପ ସୃଷ୍ଟି ହୋଇଛି। ଲଘୁଚାପ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ଜାରି ରହିଛି। କୋରାପୁଟ, ନବଙ୍ଗପୁର, କଳାହାଣ୍ଡିକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପ୍ରବଳ ବର୍ଷା ପାଇଁ କଳାହାଣ୍ଡି ଜିଲ୍ଲାରେ ସ୍କୁଲ, ଅଙ୍ଗନୱାଡି ବନ୍ଦ ଘୋଷଣା କରାଯାଇଛି । ସେହିପରି ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗଞ୍ଜାମ, ରାୟଗଡା, ଗଜପତି ସମେତ ଦକ୍ଷିଣ ଓଡିଶାର ୭ଟି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ।

ଏସବୁ ଜିଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ହେବା ନେଇ ସତର୍କତା ଜାରି କରାଯାଇଛି। ସେହିପରି ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଦିଆଯାଇଛି। ଏହାବାଦ୍‌ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ରାୟଗଡ଼ା, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ନୟାଗଡ଼ ଜିଲ୍ଲାରେ ଘଡ଼ଘଡ଼ି ସହିତ ଝଡ଼ବର୍ଷା ନେଇ ସତର୍କ କରାଯାଇଛି। ଶନିବାର ପର୍ଯ୍ୟନ୍ତ ବର୍ଷା ଲାଗି ରହିବ ଏବଂ ଏହାପରେ ବର୍ଷା ପରିମାଣ କମିବ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Leave A Reply

Your email address will not be published.