Latest Odisha News

BREAKING NEWS

ଭୁବନେଶ୍ୱରର ଟେଣ୍ଟ ହାଉସ୍‌ ଷ୍ଟୋର୍‌ ରୁମ୍‌ରେ ଭୟାବହ ଅଗ୍ନିକାଣ୍ଡ 

ଭୁବନେଶ୍ୱର: ଗତକାଲି ରାତିରେ ଭୁବନେଶ୍ୱରସ୍ଥିତ ପାଇକରାପୁର ଅଞ୍ଚଳରେ ଥିବା ଏକ ଟେଣ୍ଟ ହାଉସ୍‌ର ଷ୍ଟୋର୍‌ ରୁମ୍‌ରେ ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ଲକ୍ଷ ଲକ୍ଷ ଟଙ୍କା ମୂଲ୍ୟର ଟେଣ୍ଟ ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ଉକ୍ତ ଷ୍ଟୋର୍‌ ରୁମ୍‌ରେ କୌଣସି କାରଣବଶତଃ ହଠାତ୍ ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଲୋକେ ଭିତରୁ ଧୂଆଁ ବାହାରୁଥିବାର ଦେଖି ଅଗ୍ନିଶମ ବିଭାଗକୁ ଖବର ଦେଇଥିଲେ।

ଖବର ପାଇ ତମାଣ୍ଡୋ ଅଗ୍ନିଶମ କେନ୍ଦ୍ରର କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ ଏବଂ କଠିନ ପରିଶ୍ରମ ପରେ ନିଆଁକୁ ଆୟତ୍ତ କରିବାରେ ସଫଳ ହୋଇଥିଲେ।

ତେବେ ଅଗ୍ନିକାଣ୍ଡର ପ୍ରକୃତ କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ।

 

Leave A Reply

Your email address will not be published.