ଆସିକା:ଆଜି ରାତିରେ ଆସିକା ବ୍ଲକ ହରଡ଼ାପଦର ବିଜେପି ମଣ୍ଡଳ ସଭାପତି କାଳିଆ ନାହାକଙ୍କୁ ପ୍ରାଣାନ୍ତକ ଆକ୍ରମଣ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ବ୍ରହ୍ମପୁର ସ୍ଥିତ ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ୍ କଲେଜ ହସ୍ପିଟାଲ୍ (ଏମ୍କେସିଜି)ରେ ଭର୍ତ୍ତି କରାଯାଇଛି।
ସୂଚନାପାଇ ଆସିକା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
ସୂଚନାଥାଉକି,କାଳିଆ ନିଜ ଗାଁ ଗୌଡ଼ଗୋଠ ବାଇକ୍ରେ ଯାଉଥିଲେ। ସେହି ସମୟରେ କମାଶାସନ-ଗୌଡ଼ଗୋଠ ନିଛାଟିଆ ରାସ୍ତାରେ ତିନି ଜଣ ତାଙ୍କୁ ଅଟକାଇ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଫେରାର୍ ହୋଇଯାଇଥିଲେ। ଗୁରୁତର ଅବସ୍ଥାରେ କାଳିଆଙ୍କୁ ପ୍ରଥମେ ଆସିକା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା, ପରେ ଅଧିକ ଚିକିତ୍ସା ନିମନ୍ତେ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି ।

