ଭୁବନେଶ୍ୱର: ଛିଣ୍ଡିବ କି ମହାନଦୀ କଳି? ଦିଲ୍ଲୀ ବୈଠକ ପୂର୍ବରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେଓ ସାଏ କହିଲେ ମହାନଦୀ ବୈଠକରେ ଯାହା ନିଷ୍ପତ୍ତି ହେବ ମାନିବୁ। ଆପୋସ ସମାଧାନ ନେଇ ଗୃହମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ବଡ଼ ବୈଠକ। ଏହି ବୈଠକରେ ଉପସ୍ଥିତ ରହିବେ ଉଭୟ ରାଜ୍ୟର ମୁଖ୍ୟମନ୍ତ୍ରୀ। ଆଜି କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀ ବିବାଦ ନେଇ ବୈଠକ ହେବ । ଏହି ବୈଠକରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ ଯୋଗଦେବେ ।
ଗୃହମନ୍ତ୍ରୀ ମନ୍ତ୍ରୀ ଅମିତ ଶାହଙ୍କ ମଧ୍ୟସ୍ଥତାରେ ମହାନଦୀକୁ ନେଇ ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଜଳ ବଣ୍ଟନ ବିବାଦର ଅନ୍ତ ଘଟିପାରେ ବୋଲି କୁହାଯାଉଛି। ଆଜି ସକାଳୁ ଛତିଶଗଡ ମୁଖ୍ୟମନ୍ତ୍ରୀ ବିଷ୍ଣୁ ଦେଓ ସାଏ ମଧ୍ୟ ଦିଲ୍ଲୀ ଅଭିମୁଖେ ଗସ୍ତ କରିଛନ୍ତି। ଗସ୍ତ ପୂର୍ବରୁ ବିବାଦର ସମାଧାନ ନେଇ ସେ ଆଶା ପ୍ରକଟ କରିଛନ୍ତି। ସେ କହିଛନ୍ତି ଯେ, ଉଭୟ ରାଜ୍ୟରେ ବିଜେପି ସରକାର ଥିବାରୁ, ବୈଠକରେ ଯେଉଁ ନିଷ୍ପତ୍ତି ନିଆଯିବ, ଆମେ ତାହାକୁ ମାନିବୁ।
ଏପଟେ ଗୁରୁତ୍ବପୂର୍ଣ୍ଣ ବୈଠକରେ ଯୋଗଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ତାଙ୍କ ସହିତ ବରିଷ୍ଠ ଅଧିକାରୀ ମଧ୍ୟ ଯାଇଥିବା ସୂଚନା ମିଳିଛି। ତେବେ ଏହି ବୈଠକ ଉପରେ ବିରୋଧୀ ଦଳ ନେତାମାନେ ନଜର ରଖିଛି। ଶାହଙ୍କ ମଧ୍ୟସ୍ଥତା କଣ ନିଷ୍ପତ୍ତି ହେଉଛି ସମସ୍ତେ ଅପେକ୍ଷା କରିଛନ୍ତି।

