Latest Odisha News

BREAKING NEWS

ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ୱର: ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳ ରେ ଆଗାମୀ ଦିନଗୁଡ଼ିକରେ ଓଡ଼ିଶାରେ ବର୍ଷା ବୃଦ୍ଧି ପାଇପାରେ।

ଏହି ସମ୍ଭାବ୍ୟ ପାଣିପାଗ ପ୍ରଣାଳୀ ଯୋଗୁଁ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଓ ଘଡ଼ଘଡ଼ି ସହ ବର୍ଷା ହୋଇପାରେ।ଯାହା ଦୁର୍ଗା ପୂଜା ବର୍ଷାରେ ଭିଜିବ ବୋଲି ଅନୁମାନ କରାଯାଉଛି।

ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଏହାର ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଏକ ଘୂର୍ଣ୍ଣିବଳୟ ଫଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ଆଗାମୀ ତିନିରୁ ଚାରି ଦିନ ମଧ୍ୟରେ ଏହି ପ୍ରଣାଳୀଟି ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ତାମିଲନାଡୁ ଏବଂ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବ ବୋଲି ଆଶା କରାଯାଉଛି। ଯଦିଓ ଏହାର ତୀବ୍ରତା ଏବଂ ସଠିକ୍ ଗତିପଥ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ।

ବିଶେଷକରି ଅକ୍ଟୋବର ୧୪ ଓ ୧୫ ତାରିଖରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ବର୍ଷାର ପରିମାଣ ବୃଦ୍ଧି ପାଇବାର ସମ୍ଭାବନା ରହିଛି।

Leave A Reply

Your email address will not be published.