ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟର ବାଣୀ ବିହାର କ୍ୟାମ୍ପସରେ ବୁଧବାର ଦିନ ଦୁଇ ଗୋଷ୍ଠୀ ଛାତ୍ରଙ୍କ ମଧ୍ୟରେ ହୋଇଥିବା ମୁହାଁମୁହିଁ ସ୍ଥିତି ପରେ ଉତ୍ତେଜନା ଦେଖାଦେଇଛି।
ପ୍ରାଥମିକ ସୂଚନା ଅନୁଯାୟୀ, ଆଜି ବିଶ୍ୱବିଦ୍ୟାଳୟ ପରିସରରେ ଆୟୋଜିତ ହେବାକୁ ଥିବା ‘Why I Stand For’ ବୈଠକ ପୂର୍ବରୁ ଦୁଇ ଛାତ୍ର ଗୋଷ୍ଠୀର ସଦସ୍ୟଙ୍କ ମଧ୍ୟରେ ମାରପିଟ୍ ହୋଇଥିବା ଅଭିଯୋଗ ହୋଇଛି।
ଅକ୍ଟୋବର ୧୫ରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି। ଏହା ପୂର୍ବରୁ ଏହି ଘଟଣା କ୍ୟାମ୍ପସରେ ଉତ୍ତେଜନାପୂର୍ଣ୍ଣ ପରିବେଶ ସୃଷ୍ଟି କରିଛି। ଅପରପକ୍ଷରେ ଏହି ସଂଘର୍ଷର ପ୍ରକୃତ କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

