ଭୁବନେଶ୍ୱର:ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ ଜାଣିଛେ । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ । ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଏକ ଚିନ୍ତାଜନକ ବିଷୟ । ଦଳମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ସମସ୍ତେ ଏକାଠି ହୋଇ ମିଳିତ ଭାବେ ଏହାର ସମାଧାନ କରିବାର ଆବଶ୍ୟକତା ରହିଛି ବୋଲି ସାଂସଦ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ।
ଧର୍ମେନ୍ଦ୍ର ପ୍ରଧାନ ଆହୁରି କହିଛନ୍ତି ଯେ, ନିଜେ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯ ଏବଂ ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମ ଗସ୍ତ କରି ସେଠାକାର ପରିସ୍ଥିତି ଅନୁଧ୍ୟାନ କରିଥିଲି । ସୀମା ବିବାଦର ସମାଧାନ ପାଇଁ ସେ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଏବଂ ସେପ୍ଟେମ୍ବର ୨୨, ୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅବଗତ କରିଥିଲେ । ଏହି ଗୁରୁତ୍ୱପୂର୍ଣ୍ଣ ସୀମାନ୍ତ ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ । ଉଚ୍ଚ ସ୍ତରରେ ସୌହାର୍ଦ୍ଦ୍ୟପୂର୍ଣ୍ଣ କଥାବାର୍ତ୍ତା ମାଧ୍ୟମରେ ଏକ ଅନୁକୂଳ ବାତାବରଣ ତିଆରି କରି ସମାଧାନର ସ୍ଥାୟୀ ବାଟ ବାହାର କରିବା ଜରୁରୀ ।
ଓଡ଼ିଶା ଏବଂ ଓଡ଼ିଆ ଜାତି ପାଇଁ କୋଟିଆ କେତେ ଗୁରୁତ୍ୱପୂର୍ଣ୍ଣ, ତାହା ଆମେ ସମସ୍ତେ ଜାଣିଛନ୍ତି । କୋଟିଆ ହେଉଛି ଓଡ଼ିଶାର ଅସ୍ମିତା, ସାର୍ବଭୌମତ୍ୱ ଓ ଅଖଣ୍ଡତାର ପରିଚୟ । ଓଡ଼ିଆ ଭାବେ କୋଟିଆକୁ ନେଇ ଦୀର୍ଘ ସମୟ ଧରି ଦେଖାଯାଇଥିବା ସୀମା ବିବାଦ ନିଶ୍ଚୟ ଭାବେ ଚିନ୍ତାଜନକ । ଦଳ ମତ ନିର୍ବିଶେଷରେ ଓଡ଼ିଶାର ସ୍ୱାର୍ଥ ପାଇଁ ଏକାଠି ହୋଇ ମିଳିତ ଭାବେ ସମାଧାନ କରିବାର ଆବଶ୍ୟକତା ରହିଛି ।
ମୁଁ ଏପ୍ରିଲ ୨୦୧୮, ଫେବୃୟାରୀ ୨୦୧୯, ଏପ୍ରିଲ ୨୦୨୩ରେ କୋଟିଆ ଗ୍ରାମକୁ ଗସ୍ତ କରିଥିଲି । ଏହି ଅଞ୍ଚଳରେ ଆନ୍ଧ୍ରପ୍ରଦେଶର ହସ୍ତକ୍ଷେପ ତଥା ସୀମା ବିବାଦକୁ ନେଇ ଲାଗି ରହିଥିବା ସମସ୍ୟାର ସମାଧାନ ପାଇଁ ନଭେମ୍ବର ୧୮, ୨୦୨୦ ଓ ଅକ୍ଟୋବର ୩୧, ୨୦୨୨ରେ ଓଡ଼ିଶାର ତତ୍କାଳୀନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା @Naveen_Odisha ଏବଂ ସେପ୍ଟେମ୍ବର ୨୨,୨୦୨୧ରେ ଆନ୍ଧ୍ରପ୍ରଦେଶର ତତ୍କାଳୀନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କୁ ପତ୍ର ଲେଖି ଅନୁରୋଧ କରିଥିଲି ।
ଏହି ଅଞ୍ଚଳର ସମସ୍ୟାର ସମାଧାନ କରିବା ପାଇଁ ରାଜନୈତିକ ବ୍ୟକ୍ତିବିଶେଷଙ୍କ ଦାୟିତ୍ୱ ଗୁରୁତ୍ୱପୂର୍ଣ୍ଣ । କଥାବାର୍ତ୍ତା ମାଧ୍ୟମରେ ଆମକୁ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ବାତାବରଣ ତିଆରି କରି ସମାଧାନର ବାଟ କାଢ଼ିବା ଆବଶ୍ୟକ ।
ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ । ଓଡ଼ିଆ ଅସ୍ମିତା ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ଏକତା ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ।
— Dharmendra Pradhan (@dpradhanbjp) October 21, 2026
ଓଡ଼ିଶାର ଭୌଗୋଳିକ ସୀମାକୁ ସୁରକ୍ଷିତ ରଖିବା ପାଇଁ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳମଣି ଗୋପବନ୍ଧୁ ଦାସ, ବ୍ୟାସକବି ଫକୀରମୋହନ ସେନାପତି, ସ୍ୱଭାବକବି ଗଙ୍ଗାଧର ମେହେର, ପାରଳା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ତ୍ୟାଗ ଓ ବଳିଦାନ ବ୍ୟର୍ଥ ଯିବ ନାହିଁ । ଓଡ଼ିଆ ଅସ୍ମିତା ପାଇଁ ଆମର ଲଢ଼େଇ ଜାରି ରହିବ । ଓଡ଼ିଶାର ଏକତା ଓ ଅଖଣ୍ଡତାକୁ ରକ୍ଷା କରିବା ଆମ ସମସ୍ତଙ୍କର ସାମୂହିକ ଦାୟିତ୍ୱ ବୋଲି ସାଂସଦ ଧର୍ମେନ୍ଦ୍ର ପ୍ରଧାନ ମତବ୍ୟକ୍ତ କରିଛନ୍ତି ।

