Latest Odisha News

BREAKING NEWS

ସମ୍ଭାବ୍ୟ ବାତ୍ୟା; ରାଜ୍ୟର ୫ ଜିଲ୍ଲାକୁ ରେଡ୍ ଆଲର୍ଟ…

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏକ ବାତ୍ୟା ଅଧିକ ଘନୀଭୂତ ହୋଇ ଅକ୍ଟୋବର ୨୮ ତାରିଖ ଆଖପାଖରେ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଏହାକୁ ଲାଗି ରହିଥିବା ଦକ୍ଷିଣ ଓଡ଼ିଶା ଉପକୂଳ ଆଡ଼କୁ ମୁହାଁଇବାର ସମ୍ଭାବନା ରହିଛି।

ଭାରତୀୟ ପାଣିପାଗ ବିଭାଗ (IMD)ର ପୂର୍ବାନୁମାନ ଅନୁଯାୟୀ, ଏହି ପାଣିପାଗ ପ୍ରଣାଳୀ ପ୍ରଭାବରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ପ୍ରବଳ ପବନ ସହିତ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୨୬ ତାରିଖରୁ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ପବନର ବେଗ ଘଣ୍ଟା ପ୍ରତି ୭୦-୮୦ କିଲୋମିଟର ରହିପାରେ, ଯାହା ଝଟକା ସହ ୯୦ କିଲୋମିଟର ପର୍ଯ୍ୟନ୍ତ ପହଞ୍ଚିପାରେ।ଏହି ବାତ୍ୟା ଆହୁରି ଅଧିକ ଘନୀଭୂତ ହେବାର ସମ୍ଭାବନା ମଧ୍ୟ ରହିଛି।

ଅକ୍ଟୋବର ୨୮ ତାରିଖରେ ଓଡ଼ିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଅକ୍ଟୋବର ୨୭ ତାରିଖରେ ଓଡ଼ିଶାର ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ IMD ପକ୍ଷରୁ ‘ଅରେଞ୍ଜ ଆଲର୍ଟ’ ଜାରି କରାଯାଇଛି। ଏହା ବ୍ୟତୀତ ୧୧ଟି ଉପକୂଳବର୍ତ୍ତୀ ଓ ଦକ୍ଷିଣ ଓଡ଼ିଶାର ଜିଲ୍ଲା ପାଇଁ ‘ୟେଲୋ ଆଲର୍ଟ’ ଜାରି କରାଯାଇଛି।

ଅକ୍ଟୋବର ୨୮ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି।

ଅପରପକ୍ଷରେ ସମୁଦ୍ର ଅଶାନ୍ତ ରହିବା ସମ୍ଭାବନା ଥିବାରୁ ଅକ୍ଟୋବର ୨୮ ଓ ୨୯ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ମତ୍ସ୍ୟଜୀବୀ ମାନଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.