Latest Odisha News

BREAKING NEWS

ଆଜିଠୁ ଆରମ୍ଭ ହେଲା ସିବିଏସଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା

ଭୁବନେଶ୍ୱର: ଆଜିଠାରୁ କେନ୍ଦ୍ରୀୟ ମାଧ୍ୟମିକ ବୋର୍ଡ(ସିବିଏସଇ) ଦଶମ ଓ ଦ୍ୱାଦଶ ଶ୍ରେଣୀର ପରୀକ୍ଷା ଆରମ୍ଭ ହୋଇଯାଇଛି । ଚଳିତ ବର୍ଷ ୧୮ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଦଶମ ଶ୍ରେଣୀ ପରୀକ୍ଷା ଓ ୧୨ ଲକ୍ଷରୁ ଅଧିକ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଦେଉଛନ୍ତି ।

ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷା ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୨୦ ତାରିଖରେ ଶେଷ ହେବ । ସକାଳ ୧୦ଟା ୩୦ରୁ ପାରକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟା ୩୦ରେ ସରିବ । ସେମିତି ଦ୍ୱାଦଶ ଶ୍ରେଣୀ ପରୀକ୍ଷଶ ଫେବୃଆରୀ ୧୫ରୁ ଆରମ୍ଭ ହୋଇ ମାର୍ଚ୍ଚ ୩୦ ପର୍ଯ୍ୟନ୍ତ ଚାଲିବ । ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ୫ହଜାର ୩୭୬ଟି ସେଣ୍ଟର ଓ ଦ୍ୱାଦଶ ଶ୍ରେଣୀ ପାଇଁ ୪ହଜାର ୯୮୩ଟି ପରୀକ୍ଷା କେନ୍ଦ୍ର ହୋଇଛି ।

Leave A Reply

Your email address will not be published.