Latest Odisha News

BREAKING NEWS

School Closed:ବନ୍ୟା ସ୍ଥିତି ପାଇଁ ଆସନ୍ତା ୩୧ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର:ଅର୍ଣ୍ଣବ ପ୍ରଭାବରେ ଗଞ୍ଜାମ ଜିଲାରେ ଲଗାଣ ବର୍ଷା ସାଙ୍ଗକୁ ବିଭିନ୍ନ ଅଞ୍ଚଳରେ ବନ୍ୟା ପରିସ୍ଥିତି ଦେଖାଦେଇଛି । ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି । ତେବେ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ନଜରରେ ରଖି ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ଅଙ୍ଗନଓ୍ବାଡ଼ି କେନ୍ଦ୍ର, ସ୍କୁଲ, ଡିଗ୍ରୀ କଲେଜ, ବୈଷୟିକ ଶିକ୍ଷାନୁଷ୍ଠାନ ଓ ବିଶ୍ୱବିଦ୍ୟାଳୟର ବିଭାଗଗୁଡ଼ିକୁ ଅକ୍ଟୋବର ୩୧ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି।ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ମିଳିଛି।

ସୂଚନାଥାଉକି, ୩୧ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଉକ୍ତ ସମସ୍ତ ଶିକ୍ଷାନୁଷ୍ଠାନରେ ସାଧାରଣ ଶିକ୍ଷାଦାନ ବନ୍ଦ ରହିବ। ସମସ୍ତ ଶିକ୍ଷାନୁଷ୍ଠାନର ମୁଖ୍ୟମାନେ ଏହି ନିର୍ଦ୍ଦେଶକୁ କଡ଼ାକଡ଼ି ଭାବେ ପାଳନ କରିବା ସହ ଆଦେଶ ଅନୁଯାୟୀ ଆବଶ୍ୟକ ପଦକ୍ଷେପ ନେବାକୁ କୁହାଯାଇଛି।

Leave A Reply

Your email address will not be published.