Latest Odisha News

BREAKING NEWS

ବାତ୍ୟା ମୁରାସୁ ପ୍ରଭାବ; ଓଡ଼ିଶାର ଅନେକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ବାତ୍ୟା ମୁରାସୁ ପ୍ରଭାବରେ ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ (IMD) ରାଜ୍ୟର ପାଞ୍ଚଟି ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ନଭେମ୍ବର ୩ ଏବଂ ୪ ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହା ସହିତ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ବେଗରେ ପବନ ବହିପାରେ।

ସୂଚନା ଅନୁଯାୟୀ, ନଭେମ୍ବର ୨ ତାରିଖ ସକାଳ ୮.୩୦ ରୁ ନଭେମ୍ବର ୩ ତାରିଖ ସକାଳ ୮.୩୦ ମଧ୍ୟରେ ଗଞ୍ଜାମ ଏବଂ ଗଜପତି ଜିଲ୍ଲାରେ ପବନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ଦୁଇ ଜିଲ୍ଲା ପାଇଁ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ ଏବଂ ଖୋର୍ଦ୍ଧା ଜିଲ୍ଲାରେ ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ଅଛି। ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୪୦-୫୦ କିଲୋମିଟର ରହିପାରେ, ଯାହା ଝଡ଼ା ପବନ ରୂପେ ୬୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ।

ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଏବଂ ନୟାଗଡ଼ ଜିଲ୍ଲାରେ ମଧ୍ୟ ସମାନ ପାଗ ରହିବାର ସମ୍ଭାବନା ଅଛି। ଏଠାରେ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିଲୋମିଟର ରହିପାରେ, ଯାହା ଝଡ଼ା ପବନ ରୂପେ ୫୦ କିଲୋମିଟର ପର୍ଯ୍ୟନ୍ତ ବଢ଼ିପାରେ।

ଭାରତୀୟ ପାଣିପାଗ ବିଭାଗ ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି ଏବଂ ଗଞ୍ଜାମ ଜିଲ୍ଲା ପାଇଁ ‘ଅରେଞ୍ଜ ୱାର୍ଣ୍ଣିଂ’ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି।

ଅନ୍ୟପକ୍ଷରେ କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲ୍ଲା ପାଇଁ ପ୍ରବଳ ବର୍ଷା ନେଇ ‘ୟେଲୋ ୱାର୍ଣ୍ଣିଂ’ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ରାୟଗଡା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି।

ତେବେ ନଭେମ୍ବର ୪ ତାରିଖ ଅପରାହ୍ନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶା ଉପକୂଳ ଏବଂ ଏହାର ଆଖପାଖ ସମୁଦ୍ର ଅଞ୍ଚଳରେ ବଙ୍ଗୋପସାଗରର ଉତ୍ତର-ପଶ୍ଚିମ ଉପକୂଳରେ ପ୍ରବେଶ ନକରିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.