ଭୁବନେଶ୍ୱର: ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇ ଦିନିଆ ଗସ୍ତରେ ସୋମବାର ଦିନ ନୂଆଦିଲ୍ଲୀ ଯିବାର କାର୍ଯ୍ୟକ୍ରମ ରହିଛି।
ସୂତ୍ର ଅନୁସାରେ, ମୁଖ୍ୟମନ୍ତ୍ରୀ ସୋମବାର ସନ୍ଧ୍ୟାରେ ଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ। ଏହି ଗସ୍ତ ସମୟରେ ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ‘ଭାରତ ମଣ୍ଡପମ୍’ ଠାରେ ଆୟୋଜିତ ହେବାକୁ ଥିବା ‘ଭାରତ ନବୀକରଣଯୋଗ୍ୟ ଶକ୍ତି ସମ୍ମିଳନୀ-୨୦୨୬’ ରେ ଯୋଗଦେବେ। ଶକ୍ତି ବିଭାଗର ଦାୟିତ୍ୱରେ ଥିବା ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ମଧ୍ୟ ଏହି ସମ୍ମିଳନୀରେ ଉପସ୍ଥିତ ରହିବେ।
ସମ୍ମିଳନୀରେ ଯୋଗଦେବା ବ୍ୟତୀତ ରାଜ୍ୟରେ ‘ଅର୍ଣ୍ଣବ’ ବାତ୍ୟା ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତି ସମ୍ପର୍କରେ ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାର ଏବଂ କେନ୍ଦ୍ର ମନ୍ତ୍ରୀମାନଙ୍କ ସହ ଆଲୋଚନା ହୋଇପାରେ। ଅପରପକ୍ଷରେ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତ ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି କ୍ଷେତ୍ରରେ ନିଆଯାଇଥିବା ପଦକ୍ଷେପଗୁଡ଼ିକ ଉପରେ ଆଲୋଚନା କରିବା ପାଇଁ ଏକ ସୁଯୋଗ ପ୍ରଦାନ କରିବ ବୋଲି ଆଶା କରାଯାଉଛି।
