Latest Odisha News

BREAKING NEWS

ବାତ୍ୟା ଅର୍ଣ୍ଣବ ପରବର୍ତ୍ତୀ ବନ୍ୟା ପରିସ୍ଥିତି; ଗଞ୍ଜାମକୁ ସମସ୍ତ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରତିଶୃତି

ଭୁବନେଶ୍ବର: ବାତ୍ୟା ଅର୍ଣ୍ଣବ ଓ ତା ପରବର୍ତ୍ତୀ ବନ୍ୟା ପରିସ୍ଥିତି ଯୋଗୁଁ ଗଞ୍ଜାମ ଜିଲ୍ଲା ବ୍ୟାପକ କ୍ଷୟକ୍ଷତିର ସମ୍ମୁଖୀନ ହୋଇଛି । ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ସମ୍ପର୍କରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ, ମତ୍ସ୍ୟ ଓ ପ୍ରାଣିସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଓ ଗଞ୍ଜାମ ଜିଲ୍ଲାର ଅନ୍ୟ ବିଧାୟକ ମାନଙ୍କ ସହିତ ଆଲୋଚନା କରିଛନ୍ତି ।

ଏହି ଆଲୋଚନାରେ ବିଧାୟକ ମାନେ ଜିଲ୍ଲାର କ୍ଷୟକ୍ଷତି ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କ ସହିତ ବିସ୍ତୃତ ଆଲୋଚନା କରିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଗଞ୍ଜାମ ଜିଲ୍ଲାର ପରିସ୍ଥିତି ସମ୍ପର୍କରେ ରାଜ୍ୟ ସରକାର ସମ୍ପୂର୍ଣ୍ଣ ଅବଗତ ଅଛନ୍ତି ଏବଂ ଗଞ୍ଜାମ ଜିଲ୍ଲାର ଜନସାଧାରଣଙ୍କୁ କୌଣସି ସମସ୍ୟାର ସମ୍ମୁଖୀନ ହେବାକୁ ଦିଆଯିବ ନାହିଁ । ବନ୍ୟା ପରିସ୍ଥିତିର ଅନୁଧ୍ୟାନ କରିବାକୁ ଆସିଥିବା କେନ୍ଦ୍ରୀୟ ଟିମ୍‌ ସହିତ ମଧ୍ୟ ସାରା ରାଜ୍ୟର ପରିସ୍ଥିତି ସହିତ ଗଞ୍ଜାମ ଜିଲ୍ଲାର କ୍ଷୟକ୍ଷତି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗଞ୍ଜାମ ଜିଲ୍ଲାର କ୍ଷତିଗ୍ରସ୍ତ ଜନସାଧାରଣଙ୍କୁ ସମ୍ପୂର୍ଣ୍ଣ ରିଲିଫ୍ ଯୋଗାଇଦେବା ସହିତ ବିଭିନ୍ନ ଭିତ୍ତିଭୂମିର ପୁନରୁଦ୍ଧାର ପାଇଁ ତୁରନ୍ତ ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ରାଜସ୍ୱ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.