ଭୁବନେଶ୍ୱର: ବାତ୍ୟା ‘ଅକୱାନ୍’ ପ୍ରଭାବରେ ଅଶାନ୍ତ ହେଉଛି ସମୁଦ୍ର। ବେଳାଭୂମିକୁ ଯିବାକୁ ପର୍ଯ୍ୟଟକଙ୍କୁ ବାରଣ। ଅକୱାନ୍ ମୁକାବିଲା ପାଇଁ ପୁରା ପ୍ରଶାସନ ସଜାଗ ରହିଛି। ସମସ୍ତ ଧର୍ମପୀଠ ଓ ପର୍ଯ୍ୟଟନ ସ୍ଥଳୀକୁ ଯିବା ପାଇଁ ଲୋକଙ୍କୁ ବାରଣ ହୋଇଛି। ଅକୱାନ ପାଇଁ ୨୧ ତାରିଖ ଯାଏଁ ଶ୍ରୀଗୁଣ୍ଡିଚା ମନ୍ଦିରର ବନ୍ଦ ରହିବ ସାଧାରଣ ଦର୍ଶନ। ଅନ୍ୟପଟେ ଶିମିଳିପାଳ ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ଦୁଇ ଦିନ ବନ୍ଦ ରହିବ ।
ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷାର ଆଶଙ୍କା ରହିଥିବା ବେଳେ ରେଡ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ନଭେମ୍ବର ୨୦ ଓ ୨୧ ତାରିଖ ଶିମିଳିପାଳ ବନ୍ଦ ରହିବ ବୋଲି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର କ୍ଷେତ୍ର ନିର୍ଦ୍ଦେଶକ ତଥା ଆଞ୍ଚଳିକ ମୁଖ୍ୟ ବନ ସଂରକ୍ଷକ (ଆରସିସିଏଫ୍) ଡ. ପ୍ରକାଶ ଚାନ୍ଦ ଗୋଗିନେନି ସୂଚନା ଦେଇଛନ୍ତି।
ପର୍ଯ୍ୟଟକମାନଙ୍କ ସୁରକ୍ଷା ଦୃଷ୍ଟିରୁ ବନ ବିଭାଗ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଦୁଇ ଦିନ ଧରି ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। ଏ ସମ୍ପର୍କିତ ବିଜ୍ଞପ୍ତି ପ୍ରକାଶ ପାଇଛି। ସମସ୍ତ ଡିଏଫଓଙ୍କୁ ନିଷ୍ପତ୍ତି କାର୍ଯ୍ୟକାରୀ ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି।
