Latest Odisha News

BREAKING NEWS

ନଭେମ୍ବର ୨୬ରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ଓ ମଣତି

ପୁରୀ: ମହାପ୍ରଭୁଙ୍କ ରତ୍ନଭଣ୍ଡାର ଗଣତିମଣତି କାର୍ଯ୍ୟ ପୁଣି ଥରେ ଆରମ୍ଭ ହେବ । ଆସନ୍ତା ୨୬ ଓ ୨୭ ତାରିଖରେ ପୁଣିଥରେ ଏହି ଗଣତିମଣତି ହେବ । ଏଥିସହ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନହୁଏ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯିବ ବୋଲି ଏନେଇ ଆଜି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ।

ଚଳିତ ବର୍ଷ ମାର୍ଚ୍ଚ ମାସରୁ ରତ୍ନଭଣ୍ଡାର ଗଣତି ଓ ମଣତି ପ୍ରକ୍ରିୟା ଆରମ୍ଭ ହୋଇଥିଲା । କାର୍ତ୍ତିକ ମାସରେ ଶ୍ରୀମନ୍ଦିରରେ ନୀତିକାନ୍ତି ଅଧିକ ଥିବାରୁ ଏହାକୁ ସ୍ଥଗିତ ରଖାଯାଇଥିଲା । ଏବେ ପୁଣି କାର୍ତ୍ତିକ ପୂର୍ଣ୍ଣିମା ପରେ ୨୬ ଓ ୨୭ ତାରିଖ ଦୁଇ ଦିନ ଧରି ଗଣତି କାର୍ଯ୍ୟ ହେବ ।

ରାଜ୍ୟ ସରକାରଙ୍କ ଅନୁମୋଦିତ ଏସ୍‌ଓପି ଅନୁସାରେ ଏହି ଗଣତି ମଣତି ହେବ । ଗଣତିମଣତି ସମୟରେ ଭକ୍ତମାନେ ପୂର୍ବଭଳି ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରିପାରିବେ । ଏଥିସହ ମହାପ୍ରଭୁଙ୍କ ନୀତିକାନ୍ତି ଯେପରି ପ୍ରଭାବିତ ନହୁଏ, ସେଥିପ୍ରତି ସ୍ୱତନ୍ତ୍ର ଧ୍ୟାନ ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

Leave A Reply

Your email address will not be published.