ନୂଆଦିଲ୍ଲୀ: ଏଣିକି ସେନାରେ ମହିଳାଙ୍କୁ ମିଳିବ ସ୍ଥାୟୀ କମାଣ୍ଡ ପୋଷ୍ଟ ବା ସ୍ଥାୟୀ ପଦପଦବୀ । ଏନେଇ ଆଜି ସୁପ୍ରିମକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଦିଲ୍ଲୀ ହାଇକୋର୍ଟଙ୍କ ରାୟକୁ କାଏମ ରଖିଛନ୍ତି ସୁପ୍ରିମକୋର୍ଟ । ସ୍ଥାୟୀ କମାଣ୍ଡ ପୋଷ୍ଟ ପାଇବାରୁ ବଂଚିତ ଥିବା ମହିଳା ଅଧିକାରୀଙ୍କ ଆବେଦନ ଉପରେ ଆଜି ସୁପ୍ରିମକୋର୍ଟ ଏହି ନିଷ୍ପତି ଶୁଣାଇଛନ୍ତି । ସେନାରେ ଉଭୟ ପୁରୁଷ ଓ ମହିଳାଙ୍କ ସମାନ ଅଧିକାର ରହିିଛି । ସେନାରେ ସବୁବେଳେ ସମାନତା ରହିବା ଜରୁରୀ ବୋଲି ସର୍ବୋଚ୍ଚ ଅଦାଲତ କହିଛନ୍ତି । ପୁରୁଷ ଅଧିକାରୀଙ୍କ ଭଳି ମହିଳା ଅଧିକାରୀଙ୍କୁ ମଧ୍ୟ ସ୍ଥାୟୀ ପଦପଦବୀ ମିଳିବ । ଦିଲ୍ଲୀ ହାଇକୋର୍ଟଙ୍କ ନିଷ୍ପତି ଉପରେ ମୋହର ମାରି ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ଭର୍ତ୍ସନା କରିଛନ୍ତିି । ଏହା ସହ କେନ୍ଦ୍ର ସରକାରଙ୍କୁ ମହିଳା ଅଧିକାରୀଙ୍କ ପାଇଁ ସ୍ଥାୟୀ କମିଶନ କମାଣ୍ଡ ପୋଷ୍ଟିଂ ନୀତି ଲାଗୁ କରିବା ପାଇଁ ୩ ମାସର ସମୟ ଦେଇଛନ୍ତି । କୋର୍ଟ କହିଛନ୍ତି ଏହି ପ୍ରସଙ୍ଗରେ କେନ୍ଦ୍ର ସରକାର ତାଙ୍କ ମାନସିକତାରେ ପରବର୍ତନ ଆଣିବା ଆବଶ୍ୟକ । ପୂର୍ବରୁ ୨୦୧୦ରେ ସ୍ଥଳ ସେନାରେ ମହିଳାଙ୍କ ସ୍ଥାୟୀ କମିଶନ କମାଣ୍ଡ ପୋଷ୍ଟିଂ ସପକ୍ଷରେ ଦିଲ୍ଲୀ ହାଇକୋର୍ଟ ରାୟ ଦେଇଥିଲେ । ଏହାକୁ ଚ୍ୟାଲେଂଜ କରି ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଥିଲେ କେନ୍ଦ୍ର ସରକାର ।
BREAKING NEWS
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
Comments are closed.