ଭୁବନେଶ୍ୱର: ଋଣରେ ବୁଡିଛି ଓଡ଼ିଶା । ଜନ୍ମ ହେବା କ୍ଷଣି ଛୋଟ ଛୁଆ ମୁଣ୍ଡରେ ଝୁଲୁଛି ୧୮ ହଜାର ଟଙ୍କାରୁ ଅଧିକ ଋଣ । କାରଣ ରାଜ୍ୟର ମୁଣ୍ଡ ପିଛା ଋଣ ଭାର ବଢ଼ି ୧୮୪୯୭.୫୮ ଟଙ୍କାରେ ପହଂଚିଛି । ଏନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ । ବିଜେଡି ବିଧାୟକ ଦେବୀ ରଂଜନ ତ୍ରିପାଠୀଙ୍କ ପ୍ରଶ୍ନରେ ଏଭଳି ଉତ୍ତର ରଖିଛନ୍ତି ଅର୍ଥମନ୍ତ୍ରୀ ।
ରାଜ୍ୟରେ ଚଳିତ ଆର୍ଥିକ ବର୍ଷର ଡିସେମ୍ବର ୨୦୧୯ ସୁଦ୍ଧ ଋଣ ଭାର ହେଉଛି ୮୪,୬୭୬.୩୫ କୋଟି । ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାର ପରିମାଣ ୧୦୬୫୨୬.୮୬ କୋଟି ହେବ ବୋଲି ଆକଳନ କରାଯାଉଛି । ଡିସେମ୍ବର ୨୦୧୯ ସୁଦ୍ଧା ରାଜ୍ୟ ସରକାରଙ୍କ ମୁଣ୍ଡ ପିଛା ଋଣ ଭାର ୧୮୪୯୭.୫୮ ଟଙ୍କା ହେଉଛି ବୋଲି ଅର୍ଥମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ।
BREAKING NEWS
- ବିଜେଡି ଛାଡ଼ିଲେ ପୂର୍ବତନ ମନ୍ତ୍ରୀ ସମୀର ରଞ୍ଜନ ଦାଶ
- ଖରାଦିନେ ଖାଆନ୍ତୁ ଦହି, ମିଳିବ ଏହିସବୁ ଫାଇଦା
- ପ୍ଲେ ଅଫ ପ୍ରବେଶ ପାଇଁ ଆରସିବିକୁ ଚେନ୍ନାଇ ସ୍କୋର ୨୦୦ ରନ ତଳେ ରଖିବାକୁ ପଡିବ
- ୨୦୧୮ରୁ୨୨ ମଧ୍ୟରେ କୁଆଡେ ଗଲା ୫୦ ଲକ୍ଷରୁ ଊର୍ଦ୍ଧ୍ୱ ଗଛ
- ଅତ୍ୟଧିକ ଚାପରେ ରହୁଥିବା ମହିଳାଙ୍କୁ ଇଚ୍ଛାମୃତ୍ୟୁ ଅନୁମତି
- ସବୁଠାରୁ ଭୟଙ୍କର ଏହି ଆଇଲ୍ୟାଣ୍ଡ, ଗଲେ ହେବ ନିଶ୍ଚୟ ମୃତ୍ୟୁ
- ବିଜେଡି ଘେରିବା ପରେ ରାଜ୍ୟ ବିଜେପି ମୈଦାନକୁ ଛାଡିଲାକି ମୁଖ୍ୟମନ୍ତ୍ରୀ ଚେହେରା?
- ନିଶା ଦ୍ରବ୍ୟ ବିରୁଦ୍ଧରେ ଇସିଆଇର ଅଭିଯାନ; ଜବତର ହୋଇଛି ୪୫% ନିଶା ଦ୍ରବ୍ୟ
- ଘରେ ବସି ଭୋଟ ଦେଲେ ବରିଷ୍ଠ ନେତା ଆଡଭାନୀ, ମୁରଲୀ, ମନମୋହନ ସିଂହ ଓ ଅନସାରୀ
- ଜାଲ୍ ନୋଟ୍ କାରବାର କରି ଲିଙ୍ଗରାଜ ବେହେରା ସଶ୍ରମ କାରାଦଣ୍ଡରେ ଦଣ୍ଡିତ