Latest Odisha News

BREAKING NEWS

ରାହୁଲ ଗାନ୍ଧିଙ୍କ ସମ୍ପତ୍ତି ମାମଲା; ସିବିଆଇ, ଇଡି ନିର୍ଦ୍ଦେଶ ରଦ୍ଦ କଲେ ସୁପ୍ରିମକୋର୍ଟ 

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗର ତଦନ୍ତ ପାଇଁ ସିବିଆଇ ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)କୁ ନିର୍ଦ୍ଦେଶ ଦେଇଥିବା ଆଲ୍ଲାହାବାଦ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ସୁପ୍ରିମକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି।

ପ୍ରଧାନ ବିଚାରପତି ସୂର୍ଯ୍ୟକାନ୍ତ, ବିଚାରପତି ଜୟମାଲ୍ୟ ବାଗଚୀ ଏବଂ ଭି. ମୋହନାଙ୍କ ଦ୍ୱାରା ଗଠିତ ଖଣ୍ଡପୀଠ ବିଜେପି ସଦସ୍ୟ ବିଘ୍ନେଶ ଶିଶିରଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆବେଦନକୁ ପୁନଃ ବିଚାର ପାଇଁ ହାଇକୋର୍ଟକୁ ପଠାଇ ଦେଇଛନ୍ତି। ଏହି ରିମାଣ୍ଡ ଆବେଦନର ବିଚାରଯୋଗ୍ୟ କି ନାହିଁ ସେ ବିଷୟରେ ପ୍ରଶ୍ନ ଉଠାଇଛି।

ସୁପ୍ରିମକୋର୍ଟ ପୂର୍ବରୁ କଂଗ୍ରେସ ନେତାଙ୍କ ବିରୋଧରେ ଆୟ ବର୍ହିଭୂତ ସମ୍ପତ୍ତି ଅଭିଯୋଗ ମାମଲା ଆଗକୁ ନ ବଢ଼ାଇବାକୁ ହାଇକୋର୍ଟକୁ ନିର୍ଦ୍ଦେଶ ଦେଇଥିଲେ। କୋର୍ଟ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (CBI) ଏବଂ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ED)କୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ କୌଣସି ରିପୋର୍ଟ ଦାଖଲ ନକରିବାକୁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ।

ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ମାମଲା ଦାୟର କରାଯାଇଥିଲା। ରାହୁଲ ଗାନ୍ଧୀ ପୂର୍ବରୁ ସିବିଆଇ ଏବଂ ଇଡି ତଦନ୍ତକୁ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରିଥିଲେ।

Leave A Reply

Your email address will not be published.