ଭୁବନେଶ୍ୱର: ଶ୍ରୀମନ୍ଦିରକୁ ପ୍ରତିଦିନ ଦେଶ ବିଦେଶରୁ ଶତାଧିକ ଶ୍ରଦ୍ଧାଳୁ ଆସନ୍ତି । ମହାପ୍ରଭୁଙ୍କ ଦର୍ଶନ କରି ଆଶୀର୍ବାଦ ନିଅନ୍ତି ଆଉ କିଛି ନା କିଛି ଦାନ ମଧ୍ୟ କରିଥାନ୍ତି । କିଏ ସୁନା ଦାନ କରନ୍ତି ତ ଆଉ କିଏ ରୂପା । ତେବେ କେତେ ଟଙ୍କାର ଦାନ ମିଳିଛି ସେନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପ୍ରତାପ ଜେନା ।
ବିଜେଡି ବିଧାୟକ ଉମାକାନ୍ତ ସାମନ୍ତରାୟଙ୍କ ପ୍ରଶ୍ନର ଉତ୍ତରରେ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି, ଜାନୁଆରୀ ଶେଷ ସୁଦ୍ଧା ପୁରୀ ବଡ ଦେଉଳକୁ ମିଳିଛି ୧୮୭ କୋଟି ୧ଲକ୍ଷ ୮୫ ହଜାର ଟଙ୍କାର ଦାନ । ସେହିପରି ୧୭ କେଜି ୭୫୬ ଗ୍ରାମ ୭୦୬ ମିଲିଗ୍ରାମର ସୁନା ଭକ୍ତମାନଙ୍କଠାରୁ ମିଳିଛି । ୨୨୭ କେଜି ୯୫ ଗ୍ରାମ ଓ ୩୦୭ ମିଲିଗ୍ରାମର ରୂପା ମଧ୍ୟ ମହାପ୍ରଭୁଙ୍କୁ ଦାନରେ ମିଳିଛି । ଏହାବାଦ ବିଭିନ୍ନ ଲୁଗାପଟା, ଘଂଟ, ଘଂଟି, ରଥ ନିର୍ମାଣରେ ଲାଗୁଥିବା କପଡା, ପାଟ ମଧ୍ୟ ଦାନ ଆକାରରେ ମିଳିଥିବା ସୂଚନା ଦେଇଛନ୍ତି ଆଇନ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ।
BREAKING NEWS
- ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଏସବୁ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ
- ଟ୍ରମ୍ପଙ୍କ ବଡ଼ ଘୋଷଣା : ରିପବ୍ଲିକାନ୍ ଜିତିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର
- ପ୍ରବଳ ବର୍ଷା ଆଶଙ୍କା; ମୟୂରଭଞ୍ଜରେ ଆଜି ସମସ୍ତ ସ୍କୁଲ ଛୁଟି ଘୋଷଣା
- ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ; ଏହି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
- ଟ୍ରେନ୍ ଧକ୍କାରେ ଦନ୍ତା ହାତୀ ମୃତ
- ବାଂଲାଦେଶକୁ ଧୋକା ଦେଲା ଚୀନ୍ : ଚାଇନା ନିର୍ମିତ ଟ୍ୟାଙ୍କ ବିସ୍ଫୋରଣରେ ୨ ଯବାନ ସହିଦ
- ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀଙ୍କ ଆହ୍ୱାନ
- ଭାରତ ରତ୍ନ ସିଏନଆର ରାଓଙ୍କୁ ‘SIR’ ନୋଟିସ କରାଯାଇଥିବା ରିପୋର୍ଟକୁ ଖଣ୍ଡନ କଲା ECI
- ବଙ୍ଗରେ ତେଜୁଛି ‘ଆମିଷ’ ବିବାଦ: ଧୀରେନ୍ଦ୍ର ଶାସ୍ତ୍ରୀଙ୍କୁ ରାଜ୍ୟ ବିଜେପି ମୁଖ୍ୟଙ୍କ ନିଶାନା, କହିଲେ-‘ବଙ୍ଗାଳୀମାନେ ମାଛ ଓ ମାଂସ ଖାଇବେ’
- Red Fort blast:NIAର ଚାର୍ଜସିଟ୍ରେ ଚାଞ୍ଚଲ୍ୟକର ଖୁଲାସା;ଲାଲକିଲ୍ଲା ବିସ୍ଫୋରଣ ମାମଲାର ଏହି ୩ଟି ଦିଗ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ…

Comments are closed.