ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଆରମ୍ଭ ହେବାର ଘଂଟେ ନପୁରୁଣ ଧର୍ମଗଡରେ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ମାତୃଭାଷା ପ୍ରଶ୍ନପତ୍ର । ତେବେ ଏହାରି ଭିତରେ ଏହି ପ୍ରଶ୍ନପତ୍ର ଚଳିତ ବର୍ଷର ନୁହେଁ, ପୂର୍ବ ବର୍ଷର ବୋଲି ଖବର ଆସିଛି । ପରୀକ୍ଷା କେନ୍ଦ୍ରରୁ ବାହାରିବା ପରେ ଭାଇରାଲ ହୋଇଥିବା ପେପର୍ରେ ଯେଉଁ ପ୍ରଶ୍ନ ଅଛି ସେଭଳି କୌଣସି ପ୍ରଶ୍ନ ପରୀକ୍ଷାରେ ପଡିନି ବୋଲି କହିଛନ୍ତି ଜଣେ ପରୀକ୍ଷାର୍ଥୀ ।
ସେପଟେ ଆଜି ପ୍ରଥମ ଦିନର ମାଟ୍ରିକ ପରୀକ୍ଷା ଶେଷ ହୋଇଛି । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ଚଳିତବର୍ଷ ସାରା ରାଜ୍ୟରେ ୨,୮୮୮ ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୬୦ ହଜାର ୯୦୫ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ସେପଟେ ପରୀକ୍ଷାକୁ ସ୍ୱଚ୍ଛ ଓ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ଚାରି ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି । ସେହିପରି ହଜାରେ ପରୀକ୍ଷା କେନ୍ଦ୍ରରେ ସିସି କ୍ୟାମେରା ଲଗାଯାଇଛି । ପୁରା ଡିଜିଟାଲ ଲକର ବ୍ୟବସ୍ଥା କରାଯାଇଛି ।
BREAKING NEWS
- Spying For Pakistan: ପାକ୍ ଗୁପ୍ତଚରଙ୍କୁ ଗୋପନୀୟ ତଥ୍ୟ ପଠାଉଥିବା ଅଭିଯୋଗରେ ଅବସରପ୍ରାପ୍ତ IAF ଅଧିକାରୀ ଗିରଫ
- Odisha Masters 2025:ଡିସେମ୍ବର ୧୪ରେ ଫାଇନାଲ ମ୍ୟାଚ; ଏହି ଭାରତୀୟ ଖେଳାଳୀ ଦେଖାଇବେ ଦମ୍
- କୃଷିର ନିରନ୍ତର ଅଭିବୃଦ୍ଧି ପାଇଁ ଶୀତଳ ଭଣ୍ଡାର ଏକ ସହାୟକ ପରିବେଶ ସୃଷ୍ଟି କରିବ: କୃଷି ମନ୍ତ୍ରୀ
- ପରଲୋକରେ ବରିଷ୍ଠ ସାମ୍ବାଦିକ ଦୁଲାଲ ମିଶ୍ର
- ଟାଟା ଷ୍ଟିଲ୍ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ୱେଷଣରେ ସମ୍ବର୍ଦ୍ଧିତ ହେଲେ ରାଜ୍ୟର ୩୦ ଛାତ୍ରଛାତ୍ରୀ; ଯିବେ ISRO
- ବନ୍ଦେ ଭାରତ ଟ୍ରେନରେ ମିଳିବ ସ୍ଥାନୀୟ ଖାଦ୍ୟ, ପରେ ଅନ୍ୟ ଟ୍ରେନରେ ବି ହେବ ଉପଲବ୍ଧ…
- ସତରେ କଣ ଘରର ସୁନା ଯୋଗିଥାଏ ସାପ ? କ’ଣ କହୁଛି ଧର୍ମ…
- ଆପଣଙ୍କ ଶରୀରରେ ରହିଛିକି ଭିଟାମିନ ଡି ଅଭାବ: ସାବଧାନ! ମନକୁ ଆସିପାରେ ଆତ୍ମତ୍ୟା କରିବାର ଚିନ୍ତା…
- ନିଜ ଦେହର ମାଂସ ଖାଇଗଲେ କଏଦୀ ! ଛାତିଥରା ଘଟଣା
- ଆପଣଙ୍କ ପାସୱାର୍ଡ ଆଉ ଜଣଙ୍କ ପାଖରେ! ଜାଣନ୍ତୁ କିଏ…
Comments are closed.