ଭୁବନେଶ୍ୱର: ମାଟ୍ରିକ ପରୀକ୍ଷା ଆରମ୍ଭ ହେବାର ଘଂଟେ ନପୁରୁଣ ଧର୍ମଗଡରେ ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ହୋଇଥିଲା । ମୋବାଇଲରୁ ମୋବାଇଲକୁ ଘୁରି ବୁଲିଥିଲା ମାତୃଭାଷା ପ୍ରଶ୍ନପତ୍ର । ତେବେ ଏହାରି ଭିତରେ ଏହି ପ୍ରଶ୍ନପତ୍ର ଚଳିତ ବର୍ଷର ନୁହେଁ, ପୂର୍ବ ବର୍ଷର ବୋଲି ଖବର ଆସିଛି । ପରୀକ୍ଷା କେନ୍ଦ୍ରରୁ ବାହାରିବା ପରେ ଭାଇରାଲ ହୋଇଥିବା ପେପର୍ରେ ଯେଉଁ ପ୍ରଶ୍ନ ଅଛି ସେଭଳି କୌଣସି ପ୍ରଶ୍ନ ପରୀକ୍ଷାରେ ପଡିନି ବୋଲି କହିଛନ୍ତି ଜଣେ ପରୀକ୍ଷାର୍ଥୀ ।
ସେପଟେ ଆଜି ପ୍ରଥମ ଦିନର ମାଟ୍ରିକ ପରୀକ୍ଷା ଶେଷ ହୋଇଛି । ପ୍ରଥମ ଦିନରେ ମାତୃଭାଷାରେ ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ । ଚଳିତବର୍ଷ ସାରା ରାଜ୍ୟରେ ୨,୮୮୮ ପରୀକ୍ଷା କେନ୍ଦ୍ରରେ ୫ଲକ୍ଷ ୬୦ ହଜାର ୯୦୫ ପରୀକ୍ଷାର୍ଥୀ ପରୀକ୍ଷା ଦେଉଛନ୍ତି । ସେପଟେ ପରୀକ୍ଷାକୁ ସ୍ୱଚ୍ଛ ଓ ଶୃଙ୍ଖଳିତ କରିବା ପାଇଁ ବୋର୍ଡ ପକ୍ଷରୁ ଚାରି ସ୍ତରୀୟ ସ୍କ୍ୱାର୍ଡ ବ୍ୟବସ୍ଥା କରାଯାଇଛି । ସେହିପରି ହଜାରେ ପରୀକ୍ଷା କେନ୍ଦ୍ରରେ ସିସି କ୍ୟାମେରା ଲଗାଯାଇଛି । ପୁରା ଡିଜିଟାଲ ଲକର ବ୍ୟବସ୍ଥା କରାଯାଇଛି ।
BREAKING NEWS
- ଡାଇମଣ୍ଡ ଲିଗରେ ପୋଡିୟମ ଫିନିଶ କରି ଇତିହାସ ରଚିଲେ ସର୍ବେଶ
- ସାପକାମୁଡ଼ାରେ ଛାତ୍ରଙ୍କ ମୃତ୍ୟୁ ଘଟଣାରେ ପ୍ରଧାନଶିକ୍ଷୟିତ୍ରୀ ନିଲମ୍ବିତ
- କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ପ୍ରଧାନମନ୍ତ୍ରୀ ମୋଦି, ଏଭଳି କହିଲେ ବୈଦେଶିକ ସଚିବ
- ଫିଫା ବିଶ୍ୱକପ: ବ୍ରାଜିଲ ପଛକୁ ଭାରତରେ ଅଧିକ ପ୍ରଶଂସକ
- “ଶ୍ରୀ ରାମଭୂମି” ଫିଲ୍ମର ଫାଷ୍ଟ ଲୁକ୍ ସେୟାର କଲେ ଅନୁପମ ଖେର
- ପୂନର୍ବାର ଭାଙ୍ଗିଲା ଏହି ମହାନ ଖେଳାଳିଙ୍କ ୨୫ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ ସ୍ୱପ୍ନ
- Vietnam Boat Tragedy: ସମସ୍ତ ପ୍ରକାର ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ…
- ନିର୍ମାଣଧୀନ ପାଇଖାନା ଟାଙ୍କିରେ ପଡି ୨ ଶ୍ରମିକ ମୃତ
- Expired Biscuits Seized: ବିପୁଳ ପରିମାଣର ଅବଧି ନଥିବା ନକଲି ବିସ୍କୁଟ ଜବତ, ୨ ଅଟକ
- Speedboat capsizes in Vietnam:ବୁଡ଼ିଗଲା ଭାରତୀୟ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ବୋଟ୍; ୧୫ ମୃତ, ହେଲ୍ପଲାଇନ୍ ନମ୍ବର ଜାରି
Comments are closed.