ଭୁବନେଶ୍ୱର: ପଦାରେ ପଡିଲା ପ୍ରାଥମିକ ଶିକ୍ଷା ବ୍ୟବସ୍ଥାର ନଗ୍ନ ଚିତ୍ର । ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ । ବାହାରେ ବସି ପିଲା ପାଠ ପଢ଼ୁଛନ୍ତି । ଏନେଇ ଆଜି ବିଧାନସଭାରେ ବିଧାୟକ ମୋହନ ମାଝୀଙ୍କ ପ୍ରଶ୍ନର ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାସ ।
ମୋହନ ମାଝୀ ଆଜି ଗୃହରେ ରାଜ୍ୟରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ଉପରେ ପ୍ରଶ୍ନ କରିଥିଲେ । ଓଡ଼ିଶାରେ କେତେ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ, କେତେ ସଂଖ୍ୟକ ବିଦ୍ୟାଳୟ ନିଜସ୍ୱ ଗୃହ ନାହିଁ । କେତେ ବିଦ୍ୟାଳୟ ପାଇଁ ସର୍ବନିମ୍ନ ସଂଖ୍ୟକ ପିଲା ନାହାନ୍ତି ବୋଲି ସେ ପଚାରିଥିଲେ ।
ଏହାର ଉତ୍ତର ରେ ସମୀର ରଂଜନ ଦାଶ କହିଥିଲେ, ୧୧୫ଟି ବିଦ୍ୟାଳୟର ନିଜସ୍ୱ ଗୃହ ନାହିଁ । ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ । ବାହାରେ ବସି ପାଠ ପଢ଼ୁଛନ୍ତି ପିଲା । ୩୧୫ଟି ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍ ପିଲା ପାଠ ପଢ଼ୁଛନ୍ତି । ପ୍ରାୟ ୧୦୪୮ଟି ହାଇସ୍କୁଲରେ କମ୍ପ୍ୟୁଟର ନାହିଁ । ୨୮ଟି କମ୍ପ୍ୟୁଟର ଥିବା ହାଇସ୍କୁଲରେ ବିଦ୍ୟୁତ ସଂଯୋଗ ହୋଇଥିବା ବେଳେ ତାହା କାର୍ଯ୍ୟକାରୀ ହେଉନାହିଁ । ୨୬୧ଟି ବିଦ୍ୟାଳୟରେ ପାଠାଗାର ନାହିଁ ଓ ୪୭୦ଟି ବିଦ୍ୟାଳୟରେ ଜଣେ ଲେଖାଏଁ ଶିକ୍ଷକ କାମ କରୁଛନ୍ତି ବୋଲି ମନ୍ତ୍ରୀ କହିଥିଲେ ।
BREAKING NEWS
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
Comments are closed.