ଭୁବନେଶ୍ୱର: ରାଜ୍ୟର ପ୍ରାୟ ୫ଟି ସ୍ଥାନରେ ବଜ୍ରପାତ ସହ ବର୍ଷା ଆଶଙ୍କା ରହିଥିବା ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୋମବାର ଦିନ ପୂର୍ବାନୁମାନ କରାଯାଇଛି ।
ପାଣିପାଗ କେନ୍ଦ୍ରର ସଦ୍ୟ ରିପୋର୍ଟ ଅନୁଯାୟୀ ଆଜି ଦିନ ୧୧ଟା ୩୦ମି.ରୁ ୩ଟା ୩୦ମି. ପର୍ଯ୍ୟନ୍ତ ରାଜ୍ୟର ପ୍ରାୟ ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡଘଡି ସହ ମଧ୍ୟମଧରଣର ବର୍ଷା ହେବାର ସମ୍ଭାବନା ରହିଛି ।
ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ବରଗଡ ଓ ସୋନପୁର ଆଦି ଜିଲ୍ଲାକୁ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି ସମୟ ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୩୦-୪୦ କିମି. ରହିବ ବୋଲି ଜଣାପଡିଛି ।
Comments are closed.