Latest Odisha News

BREAKING NEWS

ଆସନ୍ତା ୭ ଯାଏଁ ରାଜ୍ୟରେ ବର୍ଷା; ୮ରୁ ବଢ଼ିବ ତାତି

ଭୁବନେଶ୍ୱର: ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆଜିଠାରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ବର୍ଷା ହେବାର ଆଶଙ୍କା କରାଯାଉଛି । ଆସନ୍ତା ୭ ତାରିଖ ଯାଏଁ ରାଜ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ଅଛି । ଆଜି ୧୨ଟି ଜିଲ୍ଲା-ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଅନୁଗୁଳ, ଢ଼େଙ୍କାନାଳ, କଟକ, ବୌଦ୍ଧ, କନ୍ଧମାଳ, ରାୟଗଡା ଓ କଳାହାଣ୍ଡିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ଆଶଙ୍କା ରହିଛି ।

ଉତ୍ତର ସହ ଉପକୂଳ ଓଡିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ୭ ତାରିଖ ପରେ ରାଜ୍ୟରେ ତାପମାତ୍ରା ବଢ଼ିବ । ସ୍ୱାଭାବିକ ଠାରୁ ଅଧିକ ଗରମ ଅନୁଭୂତ ହେବ ବୋଲି ଭୁବନେଶ୍ୱରର ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.