ଭୁବନେଶ୍ୱର: ସୁନାମି ପରି ମାଡି ଚାଲିଛି ମାରାତ୍ମକ ଭୂତାଣୁ କରୋନା । ଚୀନ୍ ପରେ ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ତେବେ ଓଡ଼ିଶାରେ ମଧ୍ୟ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି । ଏହାକୁ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଯେ, ଓଡ଼ିଶାରେ କରୋନା ପାଇଁ ସ୍କୁଲ ବନ୍ଦ ହେବ ନାହିଁ । ସମସ୍ତ ସ୍କୁଲକୁ ପୂର୍ବରୁ ସତର୍କ କରାଯାଇଛି । ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ ଅନୁସାରେ ପଦକ୍ଷେପ ନିଆଯିବ ।
ଅନ୍ୟ ଯେଉଁ ରାଜ୍ୟରେ କରୋନା ଚିହ୍ନଟ ହୋଇଛି ସେଠାରେ ସ୍କୁଲ ବନ୍ଦ ଅଛି । ଆମ ରାଜ୍ୟରେ କେହି କରୋନା ରୋଗୀ ଚିହ୍ନଟ ହୋଇ ନାହାନ୍ତି । ସେଥିପାଇଁ କୌଣସି ସ୍କୁଲ ବନ୍ଦ ହେବା ଆବଶ୍ୟକ ନାହିଁ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ।
ସୂଚନାଯୋଗ୍ୟ ଯେ, ଭାରତରେ କରୋନା ଆକ୍ରାନ୍ତ ସଂଖ୍ୟା ୨୮କୁ ବୃଦ୍ଧି ପାଇଛି । ଓଡ଼ିଶାରେ ମଧ୍ୟ କରୋନା ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି । ସେମାନଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।
BREAKING NEWS
- Ama Bus:ପୁଣି ଆମ ବସ୍ ଧକ୍କାରେ ଗଲା ଜୀବନ, ବାଇକ୍ ଆରୋହୀ ଯୁବକଙ୍କ ମୃତ୍ୟୁ
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
Comments are closed.