Latest Odisha News

ଆଜିଠାରୁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମଡ଼ି) ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂତ୍ରରୁ ଜଣାପଡ଼ିଛି ଯେ, ଗୁରୁବାରଠାରୁ ରାଜ୍ୟର ଅନେକ ସ୍ଥାନରେ ୩୦ ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ପ୍ରବଳ ବୃଷ୍ଟିପାତ ହେବାର ଆଶଙ୍କା ରହିଛି ।

ରାଜ୍ୟର ଯେଉଁସବୁ ଜିଲ୍ଲାମାନଙ୍କରେ ବର୍ଷା ହେବାର ସମ୍ଭାବନା ରହିଛି ଯେହି ଜିଲ୍ଲାଗୁଡ଼ିକ ହେଉଛି – ଯାଜପୁର, ସମ୍ବଲପରୁ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ଢେଙ୍କାନାଳ, କେନ୍ଦୁଝର, ସୋନପୁର, ଅନୁଗୁଳ, ବୌଦ୍ଧ, କଟକ, ଭଦ୍ରକ, ଜଗସିଂହପୁର, ବାଲେଶ୍ୱର, କେନ୍ଦ୍ରାପଡ଼ା ଏବଂ କେନ୍ଦୁଝର ଜିଲ୍ଲା । ପାଣିପାଗ କେନ୍ଦ୍ରର ସୂଚନାନୁଯାୟୀ ଦିନ ୧୨ଟା ୧୫ରୁ ଦିନ ୩ଟା ୧୫ ମଧ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି ।

ଜନସାଧାରଣଙ୍କୁ ଏହି ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ ।

ମାର୍ଚ୍ଚ ୫
ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର, କନ୍ଧମାଳ, ବଲାଙ୍ଗୀର, ସୋନପୁର, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ଯାଜପୁର, ଭଦ୍ରକ, ବରଗଡ଼, ଝାରସୁଗୁଡ଼ା, ଦେଓଗଡ଼, ସମ୍ବଲପୁର, ଖୋର୍ଦ୍ଧା ଏବଂ ନୟାଗଡ଼

ମାର୍ଚ୍ଚ ୬
ସୁନ୍ଦରଗଡ଼, ମୟୂରଭଞ୍ଜ ଓ କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ବୌଦ୍ଧ, କଟକ, ଖୋର୍ଦ୍ଧା, ଯାଜପୁର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ଜିଲ୍ଲା ।

ମାର୍ଚ୍ଚ ୭
ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ ଏବଂ ରାୟଗଡ଼ା ଜିଲ୍ଲା ।

Leave A Reply

Your email address will not be published.