Latest Odisha News

BREAKING NEWS

ଜାଣନ୍ତୁ, କେମିତି କଟିବ ଆଜି ଦିନ…

ରାଶି ଫଳ

ତା ୧୯-୩-୨୦୨୦ ଗୁରୁବାର

ଆଜି ଦିନର ମହତ୍ତ୍ୱ

ଆଜି ହେଉଛି ୨୦୨୦ ମସିହା ମାର୍ଚ୍ଚ 
ତା ୧୯ ରିଖ  ଗୁରୁବାର ମୀନ ୬ଦିନ ଚୈତ୍ର ମାସ କୃଷ୍ଣ ପକ୍ଷ ଏକାଦଶୀ ତିଥି  ଉତ୍ତରାଷାଢା ନକ୍ଷତ୍ର ମକର ଚନ୍ଦ୍ର
ଘାତ ବାର-: ତୁଳା ଓ କୁମ୍ଭ ରାଶିର        
ଘାତ ଚନ୍ଦ୍ର:-  ସିଂହ ରାଶି ପୁରୁଷଙ୍କର
ଆଜି:   ଶିମ୍ବ ଖାଇବା  ନିଷେଧ
ମେଷ
 ବିଭିନ୍ନ ସମସ୍ୟାକୁ ନେଇ ମନ ଭାରାକ୍ରାନ୍ତ ହେବ । ପରିବାରରେ ଅଯଥା ସନ୍ଦେହ ଓ ଭୁଲ୍‌ ବୁଝାମଣାଜନିତ ମତପାର୍ଥକ୍ୟ ଦେଖା ଦେବ । ଅତି ଭଲ ସମ୍ପର୍କ ରହିଥିବା ବନ୍ଧୁଙ୍କ ଦୁଃଖଦ ପରିସ୍ଥିତି ପାଇଁ ମନ ଛଟପଟ ହୋଇପାରେ।  ହାତମୁଠାରୁ ସୁ୍‌ଯୋଗ ଖସିଯିବାର ଆଶଙ୍କା ରହିଛି।
ବୃଷ
କୌଣସି ବନ୍ଧୁଙ୍କ ପରୋକ୍ଷ ବିରୋଧ ଆପଣଙ୍କ କାମରେ ସମସ୍ୟା ସୃଷ୍ଟି କରିପାରେ । ଉଚ୍ଚ କର୍ତ୍ତୃପକ୍ଷଙ୍କ ଆଦେଶକ୍ରମେ କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ଗ୍ରହଣ କରିକରିବେ । କଳା, ସାହିତ୍ୟ, ସଙ୍ଗୀତ ଓ ଚଳଚ୍ଚିତ୍ର କ୍ଷେତ୍ରରେ ସଫଳତା ପାଇବେ  । ଚେଷ୍ଟା କରୁଥିବା କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ ।
ମିଥୁନ
ଆଶା କରୁଥିବା ଦିଗରୁ ଅର୍ଥ ପ୍ରାପ୍ତି ହେବ । କାର୍ଯ୍ୟ ହାସଲ ସକାଶେ ପର ଉପରେ ନିର୍ଭର କରିବାକୁ ପଡ଼ିପାରେ। ନିର୍ମାଣଧୀନନ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିବ। ଧର୍ମକାର୍ଯ୍ୟରେ ବ୍ୟସ୍ତ ରହିପାରନ୍ତି। ଋଣ ପରିଶୋଧ କରିବେ  ବ୍ୟବସାୟିକ କ୍ଷେତ୍ରରେ ଲାଭବାନ ହେବେ ।
କର୍କଟ
ପ୍ରତିକୂଳ ପରିସ୍ଥିତି ମଧ୍ୟରେ ଗତି କଲେ  ମଧ୍ୟ ସଫଳତା ପାଇବେ ନାହିଁ । ପରିବାରରେ ମତ ପାର୍ଥକ୍ୟ ଦେଖା ଦେବ ।ମହିଳାମାନେ ସମାଲୋଚିତ ହେବେ ।ମାଲିମକଦମାରେ ଜଡିତ ହୋଇ ପାରନ୍ତି ।ବ୍ୟବସାୟ, ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।
ସିଂହ
 ଖୁସିର ବାତାବରଣ ମଧ୍ୟରେ ଦିନଟିକୁ କଟାଇବେ ।  କୌଣସି ବାନ୍ଧବୀଙ୍କ ପ୍ରଶଂସାସୂଚକ କଥାବାର୍ତ୍ତାରେ ଖୁସି ଅନୁଭବ କରିବେ। ପୂର୍ବରୁ ପ୍ରସ୍ତୁତି ନ ଥାଇ ମଧ୍ୟ ଯଥେଷ୍ଟ କିଛି ବ୍ୟୟ କରିବାକୁ ବାଧ୍ୟ ହୋଇପାରନ୍ତି। କର୍ମକ୍ଷେତ୍ରରେ ସମ୍ମାନନୀୟ ବ୍ୟକ୍ତିବିଶେଷ ସହାୟତା କରିବେ।
କନ୍ୟା
ଅଭିଳଷିତ କାମ ହାସଲ କରିବେ । ସମସ୍ୟା ନ ଥିଲେ ମଧ୍ୟ ପରୋକ୍ଷ ଅସୁବିଧା ଅନୁଭବ କରିପାରନ୍ତି। କର୍ମକ୍ଷେତ୍ରରେ  ସଫଳତା ମିଳିବ । ସହଜରେ କାହାରିକୁ  ବିଶ୍ୱାସ କରନ୍ତୁ ନାହିଁ ।  ନିଜର ବିଶ୍ୱସ୍ତ ବନ୍ଧୁମାନେ ଫାଇଦା ହାସଲ ପାଇଁ ଫନ୍ଦିଫିକର କରିପାରନ୍ତି ।
ତୁଳା
ସନ୍ତାନଙ୍କ ସ୍ବାସ୍ଥ୍ୟ ଗତ କାରଣକୁ ନେଇ ଚିନ୍ତିତ ହେବେ । କର୍ମକ୍ଷେତ୍ରରେ ସ୍ଥଗିତ କାମ ଆଜି ପାଇଁ ଦୋଷି ସାବ୍ଯସ୍ତ ହେବେ । ଯୁକ୍ତିତର୍କଜନିତ ପାରିବାରିକ ଜୀବନରେ ବୁଝାମଣା ନେଇ ତିକ୍ତତା ଦେଖାଦେଇପାରେ।  ଦୀର୍ଘଦିନରୁ ଚିନ୍ତା କରିଥିବା କାମଟି ହଠାତ୍‌ ହୋଇଯିବ । ଧାର ସୂତ୍ରରେ ଅର୍ଥ ପାଇବା ସକାଶେ ବନ୍ଧୁଙ୍କ ସହ ଆଲୋଚନା କରିପାରନ୍ତି।
ବିଛା
 ସାମାଜିକ ସ୍ତରରେ ସୁନାମ ଅର୍ଜନ କରିବେ । ବିଶିଷ୍ଟ ବ୍ୟକ୍ତିମାନଙ୍କ ସଙ୍ଗଲାଭ କିମ୍ବା ଆନୁଷ୍ଠାନିକ କାମ ଅଥବା ସଭାସମିତିରେ ସମ୍ମାନିତ ହୋଇପାରନ୍ତି । ଆଜି ଯାହା କରିବାକୁ ମନସ୍ଥ କରିଛନ୍ତି ତାହା ବିନା ବାଧାବିଘ୍ନରେ ସମାପନ ହୋଇପାରିବ ।  ପାରିବାରିକ ଅସ୍ଥିରତା କାରଣରୁ ସାୟାହ୍ନେ ମନ ଭଲ ରହି ନ ପାରେ ।
ଧନୁ
 ଅସାଧ୍ୟ କାର୍ଯ୍ୟରେ ସିଦ୍ଧି ଲାଭ କରିବେ ।ବ୍ଯବସାୟରେ ପୂର୍ବ ଅପେକ୍ଷା ଆଯ ବୃଦ୍ଧି ଘଟିବ ।   ଅପ୍ରିୟ ସତ୍ୟ କହି ଦୋଷି ସାବ୍ଯସ୍ତ ହେବେ ।   ଅନ୍ୟମାନଙ୍କର ଚକ୍ଷୁଶୂଳ ହେବା ଆଶଙ୍କା ରହିଛି । ଆକସ୍ମିକ ଭାବରେ ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି  । ଅପରାହ୍ନରେ କୌଣସି ଶୁଭ ଖବର ପାଇ ମନ ଆନନ୍ଦିତ ହେବ ।
ମକର
କର୍ମକ୍ଷେତ୍ରରେ ମିଥ୍ୟା ଗୁଜବ ମାନସିକ ଅଶାନ୍ତିର କାରଣ ହେବ । ବନ୍ଧୁମାନଙ୍କ କାର୍ଯ୍ୟକଳାପକୁ ନେଇ ଦୁଃଖୀତ ହେବେ ।  ଗତକାଲିଠାରୁ ଚେଷ୍ଟା କରୁଥିବା କାମରେ ଆଜି  ଆଂଶିକ ସଫଳତା ପାଇବେ । ମହିଳାମାନେ ପ୍ରଶଂସନୀୟ ହେବେ ।
କୁମ୍ଭ
ପ୍ରଶାସନିକ ସ୍ତରରେ କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟ ନେଇ ବନ୍ଧୁଙ୍କ ସହ ଆଳାପ ଆଲୋଚନା କରିପାରନ୍ତି। କର୍ମକ୍ଷେତ୍ରରେ ଭୁଲ୍‌ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ । ପାରିବାରିକ ଜୀବନ ସୁଖମୟ ହେବ ।  ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ଦୂରଯାତ୍ରା, ପରିଭ୍ରମଣ କିମ୍ବା ଦେବାର୍ଚ୍ଚନା ପାଇଁ ମନ ବଳାଇବେ।
ମୀନ
ଯେତେ ପ୍ରକାର ଚେଷ୍ଟାକଲେ ମଧ୍ୟ ପରିସ୍ଥିତି ନ ବଦଳିବାରୁ ମାନସିକ ସ୍ଥିତି ଭଲ ରହିବ ନାହିଁ । ଇଚ୍ଛା ନ ଥିଲେ ମଧ୍ୟ ପରିସ୍ଥିତିକୁ ସାମ୍‌ନା କରିବାକୁ ଯାଇ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡ଼ିବ । ଗୋଟିଏ କାମ ନ ସରୁଣୁ ଏକାଧିକ କାମରେ ହାତଦେବା ଠିକ୍‌ ହେବନାହିଁ । ମାଲିମକଦମାରେ ଜଡିତ ହୋଇ ପାରନ୍ତି
ଜ୍ୟୋତିର୍ବିଦ ଡ଼ଃ ନିରଞ୍ଜନ ମହାପାତ୍ର  ( ମୋବାଇଲ: 9437225434 )
Leave A Reply

Your email address will not be published.