Latest Odisha News

BREAKING NEWS

ଭାରତରେ କରୋନା ନେଲା ଆଉ ଏକ ମୁଣ୍ଡ, ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନା ଭୁତାଣୁ ନେଲା ଆଉ ଏକ ମୁଣ୍ଡ । କୋରନା ଭାଇରସ ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ହୋଇଛି । ପଂଜାବର ଜଣେ ୭୨ ବର୍ଷୀୟ ବୃଦ୍ଧ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ବରଣ କରିଛନ୍ତି । ସେ କରୋନାରେ ସଂକ୍ରମିତ ଥିବା ଜଣପାଡିଛି ।
ସୂଚନା ମୁତାବକ, ଏହି ବ୍ୟକ୍ତି ଜଣକ ଗତ ୭ ତାରିଖରେ ଜର୍ମାନୀରୁ ଫେରିଥିଲେ । ଏହାପରେ ତାଙ୍କୁ ଆଇସୋଲେସନରେ ରଖାଯାଇଥିଲା । ତାଙ୍କର ସ୍ୱାବ ନମୁନା ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା । ପରେ ତାଙ୍କ ରିପୋର୍ଟ ପଜିଟିଭ ଆସିଥିଲା । ବୁଧବାର ତାଙ୍କ ଛାତିରେ ଯନ୍ତ୍ରଣା ହେବାରୁ ତାଙ୍କୁ ପଂଜାବର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଆଜି ତାଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି ।
ପୂର୍ବରୁ ଭାରତରେ ୩ ଜଣ ବ୍ୟକ୍ତି କରୋନା ସଂକ୍ରମିତ ହୋଇ ମୃତ୍ୟୁବରଣ କରିଥିଲେ । ଦିଲ୍ଲୀ, ମହାରାଷ୍ଟ୍ର ଓ କର୍ଣ୍ଣାଟକରେ ଏହି ମୃତ୍ୟୁ ହୋଇଥିଲା । ସେପଟେ ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭ରେ ପହଞ୍ଚିଛି ।

Leave A Reply

Your email address will not be published.