ନୂଆଦିଲ୍ଲୀ: କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି କ୍ୱାରେଣ୍ଟାଇନ୍ରେ ଗଲେ ଦିଲ୍ଲୀ ସାର୍ ଗଙ୍ଗାରାମ ହସ୍ପିଟାଲର କର୍ମଚାରୀ । ୧୦୮ ଡାକ୍ତର ଓ ନର୍ସ ଏବେ କ୍ୱାରେଣ୍ଟାଇନରେ ରହିଛନ୍ତି । କରୋନା ଭୂତାଣୁ ସଂକ୍ରମଣ ଆଶଙ୍କାରେ ଏଭଳି ପଦକ୍ଷେପ ନେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।
ସୂଚନା ଅନୁସାରେ ଏହି ହସ୍ପିଟାଲକୁ ଅନ୍ୟ ରୋଗର ଚିକିତ୍ସା ପାଇଁ ଆସିଥିବା ୨ଜଣ ରୋଗୀଙ୍କ ଦେହରେ କରୋନା ପଜିଟିଭ୍ ଚିହ୍ନଟ କରାଯାଇଛି । ସେମାନଙ୍କ ସଂସ୍ପର୍ଶରେ ୧୦୮ଜଣ ଡାକ୍ତର, ନର୍ସ ଓ ମେଡିକାଲ କର୍ମଚାରୀ ଆସିଥିଲେ । ତେଣୁ ସତର୍କତାମୂଳକ ପଦକ୍ଷେପ ଭାବେ ସମସ୍ତଙ୍କୁ କ୍ୱାରେନଟାଇନରେ ପଠାଇ ଦେଇଛନ୍ତି କର୍ତ୍ତୃପକ୍ଷ ।
୧୦୮ଜଣଙ୍କ ମଧ୍ୟରୁ ୨୩ଜଣଙ୍କୁ ହସ୍ପିଟାଲରେ ଓ ୮୫ଜଣଙ୍କୁ ହୋମ୍ କ୍ୱାରେଣ୍ଟାଇନ୍ରେ ରହିବା ପାଇଁ କୁହାଯାଇଛି । ଏହା ପୂର୍ବରୁ ଦିଲ୍ଲୀ ଏବଂ ମୁମ୍ବାଇର ଚାରିଜଣ ଡାକ୍ତର ଏବଂ ଦୁଇ ନର୍ସ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିବା ପରେ ଏକାନ୍ତବାସରେ ରହିଥିଲେ ।
BREAKING NEWS
- ଉଦଯାପିତ ହେଲା ୩୬ ତମ କୋଣାର୍କ ଉତ୍ସବ; ଶେଷ ସନ୍ଧ୍ୟାରେ ଯୋଗ ଦେଲେ ରାଜ୍ୟପାଳ
- Junior Hockey World Cup 2025: ସୁଟଆଉଟରେ ବେଲଜିୟମକୁ ପରାସ୍ତ କରି ଭାରତ ସେମିଫାଇନାଲରେ …
- 37th Sub Junior National Badminton Championship: ଫାଇନାଲରେ ଓଡ଼ିଆ ଯୋଡି ସ୍ଵାତୀ-ନିମିଶା
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
Comments are closed.