ଭୁବନେଶ୍ୱର: ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ପଜିଟିଭ୍ ରୋଗୀଙ୍କ ସଂଖ୍ୟା ୪୨ ରେ ପହଁଚି ସାରିଛି। ସ୍ୱାସ୍ଥ୍ୟ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁଯାୟୀ ଏହି ମହାମାରୀରେ ମଙ୍ଗଳବାର ଦିନ ଝାରପଡା ଅଞ୍ଚଳର ଜଣେ ୭୨ ବର୍ଷୀୟ ବୟସ୍କ ବ୍ୟକ୍ତି ପ୍ରାଣ ହରାଇଥିବା ବେଳ ଆଉ ୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
ଓଡ଼ିଶାର କେଉଁ ସହରରେ କେତେ ଆକ୍ରାନ୍ତ ଅଛନ୍ତି ଆସନ୍ତୁ ଜାଣିବା…
ଭୁବନେଶ୍ୱର: ସର୍ବାଧିକ ଆକ୍ରାନ୍ତଙ୍କ ସହ ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ୩୪ ରେ ପହଞ୍ଚିଛି ।
ଭଦ୍ରକ: ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ରେ ପହଞ୍ଚିଛି ।
କଟକ: କଟକ ଜିଲ୍ଲାରେ ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ଥିବା ଚିହ୍ନଟ ହୋଇଛନ୍ତି ।
ଯାଜପୁର: ଯାଜପୁରରେ ଏପର୍ଯ୍ୟନ୍ତ ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି।
ପୁରୀ: ପୁରୀ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧ ରେ ସୀମିତ ରହିଛି।
କେନ୍ଦ୍ରାପଡା: କେନ୍ଦ୍ରାପଡା ଜିଲ୍ଲାରେ ଜଣେ ବ୍ୟକ୍ତି କରୋନା ଆକ୍ରାନ୍ତ ହୋଇଛନ୍ତି ।
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।
ପରିସ୍ଥିତିର ଗମ୍ଭୀରତାକୁ ଦୃଷ୍ଟିରେ ରଖି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସହରବାସୀଙ୍କୁ ଦାୟିତ୍ୱସମ୍ପନ୍ନ ହୋଇ ଘରେ ରହି କାର୍ଯ୍ୟ କରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି ।
Comments are closed.