Latest Odisha News

BREAKING NEWS

ଯାଜପୁର: ଟାଟା ମେଡିକା ହେବ କୋଭିଡ-୧୯ ହସ୍ପିଟାଲ

ଯାଜପୁର: କରୋନା ମୁକାବିଲା ପାଇଁ ଅଣ୍ଟା ଭିଡିଛନ୍ତି ରାଜ୍ୟ ସରକାର। ରାଜ୍ୟର ସମସ୍ତ ଜିଲ୍ଲାରେ କୋଭିଡ-୧୯ ହସ୍ପିଟାଲ କରିବା ନେଇ ପଦକ୍ଷେପ ଗ୍ରହଣ କରୁଛନ୍ତି ସରକାର । ଏହି ପରିପ୍ରେକ୍ଷୀରେ ଯାଜପୁର କଳିଙ୍ଗନଗର ଟାଟା ମେଡିକା ହସ୍ପିଟାଲକୁ କୋଭିଡ୍ ହସ୍ପିଟାଲ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ।

ବୁଧବାର ଏହାର ଅନୁଧ୍ୟାନ କରିବାକୁ ରାଜ୍ୟ ମୁଖ୍ୟ ଶାସନ ସଚିବ ଅସିତ୍ ତ୍ରିପାଠୀ ଓ ୫ଟି ସଚିବ ଭି.କେ. ପାଣ୍ଡିଆନ ଟାଟା ମେଡିକା ହସ୍ପିଟାଲ ଗସ୍ତ କରିଥିଲେ।

ତେବେ ଆଗାମୀ ୧୦ ତାରିଖ ସୁଦ୍ଧା ଟାଟା ମେଡିକା ହସ୍ପିଟାଲରେ ୧୫୦ ଶଯ୍ୟା ବିଶିଷ୍ଟ ଏକ କୋଭିଡ-୧୯ ହସ୍ପିଟାଲ ପ୍ରସ୍ତୁତ ହେବା ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି ।

ଏଠାରେ କୋଭିଡ୍-୧୯ର ଆକ୍ରାନ୍ତ ମାନଙ୍କ ଚିକିତ୍ସା ପାଇଁ ଟାଟା ମେଡିକା କର୍ତ୍ତୃପକ୍ଷ ୩୦ଜଣ ଡାକ୍ତର ଯୋଗାଇ ଦେବାକୁ ପ୍ରତିଶୃତି ଦେଇଛନ୍ତି । ସେହିପରି ଜିଲ୍ଲା ପ୍ରଶାସନ ପକ୍ଷରୁ ମଧ୍ୟ ୧୦ରୁ ୧୫ଜଣ ଅତିରିକ୍ତ ଡାକ୍ତର ଯୋଗାଇ ଦିଆଯିବ ବୋଲି ଜିଲ୍ଲାପାଳ ରଂଜନ କୁମାର ଦାସ ସୂଚନା ଦେଇଛନ୍ତି ।

Comments are closed.