Latest Odisha News

କରୋନା କବଳରେ ଭାରତ; ମୃତ୍ୟୁ ସଂଖ୍ୟା ୧୯୯କୁ ବୃଦ୍ଧି

ନୂଆଦିଲ୍ଲୀ: ଭାରତରେ କରୋନାଭାଇରସ୍ (କୋଭିଡ -୧୯) ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ଶୁକ୍ରବାର ଦିନ ଏହି ସଂଖ୍ୟା ୬୪୧୨ରେ ପହଞ୍ଚିଛି ।

ଏଯାବତ୍ କରୋନାରେ ସଂକ୍ରମିତ ହୋଇ ପ୍ରାୟ ୫୭୦୯ ଜଣ ବ୍ୟକ୍ତି ଚିକିତ୍ସିତ ହେଉଥିବା ବେଳେ ପାଖାପାଖି ୧୯୯ ଜଣ ପ୍ରାଣ ହରାଇଛନ୍ତି ।

ଆହୁରି ମଧ୍ୟ ସମସ୍ତ ୫୦୩ ଜଣ ଚିକିତ୍ସିତ ରୋଗୀ ଡିସଚାର୍ଜ ହୋଇଥିବା ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ପ୍ରକାଶ କରାଯାଇଛି ।

ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦେଶରେ ୨୧ ଦିନିଆ ଲକଡାଉନ ଜାରି କରାଯାଇଛି।

ଉଲ୍ଲେଖଯୋଗ୍ୟ, ଏହା ଧୀରେଧୀରେ ଥାଇଲାଣ୍ଡ, ଆମେରିକା, ତାଇୱାନ୍, ଭିଏତନାମ, ସିଙ୍ଗାପୁର ଓ ୟୁରୋପ ଭଳି ପାଖାପାଖି ୨୦୦ରୁ ଅଧିକ ଦେଶକୁ ମଧ୍ୟ କରୋନା ଭୂତାଣୁ ବ୍ୟାପିବାରେ ଲାଗିଛି ।

Comments are closed.