ନୂଆଦିଲ୍ଲୀ: ମହାମାରୀ କୋଭିଡ-୧୯ ମୁକାବିଲା ପାଇଁ ଆରମ୍ଭ ହେଲା ୱେବ୍ପୋର୍ଟାଲ ‘ୟୁକ୍ତି’(YUKTI) । ଏହି ପୋର୍ଟାଲକୁ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିଆଲ ଶୁଭାରମ୍ଭ କରିଛନ୍ତି । ଏହି ପୋର୍ଟାଲ କୋଭିଡ-୧୯ ମୁକାବିଲା ପାଇଁ ନିଆଯାଉଥିବା ବିଭିନ୍ନ କାର୍ଯ୍ୟର ପୁଙ୍ଖାନୁପୁଙ୍ଖ ତଦାରଖ କରିବ । ଏଥିସହ ମନ୍ତ୍ରାଳୟର ମଧ୍ୟ ବିଭିନ୍ନ କାର୍ଯ୍ୟର ତଦାରଖ କରିବାରେ ସହାୟକ ହେବ ।
ପୋର୍ଟାଲ ଶୁଭାରମ୍ଭ ଅବସରରେ ମନ୍ତ୍ରୀ କହିଛନ୍ତି ଯେ, କୋଭିଡ-୧୯ ମହାମାରୀ କାଳରେ ଆମ ଶିକ୍ଷାର୍ଥୀମାନେ ବିଶେଷ କରି କିଭଳି ଶାରୀରିକ ଓ ମାନସିକ ସ୍ତରରେ ସୁସ୍ଥ ରହିବେ ଓ ସେମାନଙ୍କର କିଭଳି ଶିକ୍ଷାଲାଭ ବଳବତ୍ତର ରହିବ ତାହା ଦେଖିବା ଆମର ପ୍ରଥମ କର୍ତ୍ତବ୍ୟ । ଏଭଳି ପ୍ରତିକୂଳ ପରିସ୍ଥିତିରେ ଲକ୍ଷ୍ୟ ସାଧନ କିଭଳି ସମ୍ଭବ ତାର ତଦାରଖ କରିବା ଏହି ପୋର୍ଟାଲର ଉଦ୍ଦେଶ୍ୟ ।
ମନ୍ତ୍ରୀ ଆହୁରି କହିଛନ୍ତି ଯେ, ବିଭିନ୍ନ ଶିକ୍ଷାନୁଷ୍ଠାନ ବିଶେଷ କରି କରୋନା ସଂକ୍ରାନ୍ତରେ ହେଉଥିବା ଗବେଷଣା ଓ ସର୍ବୋପରି ଛାତ୍ରଛାତ୍ରୀଙ୍କର କଲ୍ୟାଣ ବିଷୟ ଏହି ପୋର୍ଟାଲରେ ତଦାରଖ ହେବ । ଏହି ପୋର୍ଟାଲ ବଳରେ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟ ଓ ଶିକ୍ଷାନୁଷ୍ଠାନଗୁଡିକ ମଧ୍ୟରେ ଉତ୍ତମ ଯୋଗସୂତ୍ର ରହିବ, ଯାହା ଫଳରେ କି ମନ୍ତ୍ରଣାଳୟ ଆବଶ୍ୟକ ସ୍ଥଳେ ଶିକ୍ଷାନୁଷ୍ଠାନଗୁଡିକୁ ସିଠିକ ମାର୍ଗରେ ପରିଚାଳିତ କରିପାରିବ।
BREAKING NEWS
- ବିଡିଏ ପକ୍ଷରୁ ‘ଏକାମ୍ର ୱାକ୍’; ମୁଖ୍ୟ ଆକର୍ଷଣ ରହିବ ବୌଦ୍ଧର ଶବର ଶବରୁଣୀ ନାଟ
- Naxal Encounter: ଏହି ଜିଲ୍ଲାରେ ଦେଖାଦେଇଛି ମାଓ ଗତିବିଧି… ଜଙ୍ଗଲରେ ସୁରକ୍ଷାକର୍ମୀ -ମାଓବାଦୀ ମୁହାଁମୁହିଁ
- ୧୬ ମାସରେ ସରକାରୀ କଲେଜରୁ ରାଗିଂ ଜନିତ ୮ ଅଭିଯୋଗ: ମନ୍ତ୍ରୀ
- ୨୦୨୫ରେ ଭାରତୀୟମାନେ ଗୁଗୁଲରେ ଅଧିକ କଣ କରିଥିଲେ ସର୍ଚ୍ଚ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…
- କାହିଁକି ଫିଲ୍ମ ସାଇନ୍ କରୁନଥିଲେ ଐଶ୍ୱର୍ଯ୍ୟା, ଖୁଲାସା କଲେ ଅଭିନେତ୍ରୀ…
- ଆମେରିକା ଲୋକ ଅଧିକ କିଣୁଛନ୍ତି Made In India ସ୍ମାର୍ଟଫୋନ୍, ଜାଣନ୍ତୁ କାହିଁକି…
- ୧୦୦ ବର୍ଷରେ ଡା. ଲକ୍ଷ୍ମୀ ବାଈ; ଏମ୍ସକୁ ୩ କୋଟି ୪୦ ଲକ୍ଷ ଦାନ କରିଥିଲେ, ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି
- ପୁଟିନଙ୍କ ରୁଷିଆରେ ଭାରତର ୧୦୦ ଟଙ୍କା ହୋଇଯାଏ କେତେ?
- Temple money belongs to deity: ମନ୍ଦିରର ଟଙ୍କା କାହାର? ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ
- IndiGo ପାଇଲଟଙ୍କୁ କେତେ ମିଳେ ଦରମା? ଜାଣିଲେ ହୋଇଯିବେ କାବା !
Comments are closed.