ନୂଆଦିଲ୍ଲୀ: ଦେଶରେ ଏବେ ୧୭୦ଟି ଜିଲ୍ଲାକୁ ହଟସ୍ପଟ ଭାବେ ଚିହ୍ନଟ କରାଯାଇଛି । ସେହିପରି ୨୦୭ଟି ଜିଲ୍ଲା ସମ୍ଭାବ୍ୟ ହଟସ୍ପଟ ଭାବେ ଚିହ୍ନଟ ହୋଇଛି । ଏସବୁ ଜିଲ୍ଲା ଗୁଡିକ ପାଇଁ ରାଜ୍ୟ ସରକାର ଗାଇଡଲାଇନ ଜାରି କରିଛନ୍ତି । ତେବେ ଏସବୁ ବାଦ୍ ମଧ୍ୟ ଦେଶରେ ଏପର୍ଯ୍ୟନ୍ତ ଗୋଷ୍ଠୀ ସଂକ୍ରମଣ ହୋଇ ନାହିଁ ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି ।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ କହିଛନ୍ତି ଯେ ଦେଶର ସବୁ ଜିଲ୍ଲା ଗୁଡ଼ିକୁ ତିନୋଟି ଭାଗରେ ବିଭକ୍ତ କରାଯାଇଛି, ଯଥା ହଟସ୍ପଟ,ଅଣ-ହଟସ୍ପଟ ଓ ଗ୍ରୀନଜୋନ । ସମସ୍ତ ରାଜ୍ୟର ମୁଖ୍ୟ ଶାସନ ସଚିବ, ପୋଲିସ ଡିଜି, ସ୍ୱାସ୍ଥ୍ୟ ସଚିବ, ଜିଲ୍ଲାପାଳ, ଏସ୍ପି, ମୁ୍ୟନିସିପାଲ କମିଶନର ଓ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ସହ ଭିଡିଓ କନ୍ଫରେନ୍ସିଂରେ ଆଲୋଚନା ପରେ ଏପରି ନିଷ୍ପତ୍ତି ନିଆଯାଇଥିବା ଲବ ଅଗ୍ରୱାଲ କହିଛନ୍ତି । ହଟସ୍ପଟ ଜିଲ୍ଲାଗୁଡ଼ିକରେ ନିୟମିତଭାବେ ସଂକ୍ରମଣ ମାମଲା ସାମନାକୁ ଆସୁଛି, ଅଣ-ହଟସ୍ପଟ ଗୁଡ଼ିକରେ ଅଳ୍ପ କିଛି ମାମଲା ଦେଖାଦେଉଛି ଓ ଗ୍ରୀନ ଜୋନ ଜିଲ୍ଲାଗୁଡ଼ିକରେ କୌଣସି ମାମଲା ଜଣାପଡ଼ିନାହିଁ ବୋଲି ସେ କହିଛନ୍ତି ।
ଗତ ୨୪ ଘଣ୍ଟାରେ ଦେଶରେ ୧୧୭୩ଟି ମାମଲା ସାମ୍ନାକୁ ଆସିଛି । ଫଳରେଦେଶରେ ମୋଟ ସଂକ୍ରମିତ ସଂଖ୍ୟା ୧୧,୪୩୯ରେ ପହଞ୍ଚିଛି । ଏହା ମଧ୍ୟରୁ ୯୭୫୬ଟି ସକ୍ରିୟ ମାମଲା ହୋଇଥିବାବେଳେ ୩୭୭ ଜଣ ପ୍ରାଣ ହରାଇଛନ୍ତି ଓ ୧୩୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ବୋଲି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି ।
BREAKING NEWS
- Diveagar Beach Tragedy:ପିକନିକ୍ ହେଲା କାଳ;ସମୁଦ୍ରରେ ବୁଡ଼ି ୮ ଛାତ୍ର ମୃତ
- ମହାନଦୀ ବିବାଦ ସମାଧାନର ନିକଟତର ହେଉଛୁ,ଅନ୍ୟ ରାଜ୍ୟମାନଙ୍କ ପାଇଁ ‘ମଡେଲ ଡିସ୍ପୁଟ ରିଜୋଲ୍ୟୁସନ୍’ହେବ: ମୁଖ୍ୟମନ୍ତ୍ରୀ
- ‘ବିଜେବି ଫ୍ରେଣ୍ଡସ୍-ଆଲୁମିନି ଆସୋସିଏସନ୍ ଅଫ୍ ବିଜେବି କଲେଜ୍’ ପକ୍ଷରୁ ‘ୟୁଥ୍ ରିମେମ୍ବରିଂ ଗାନ୍ଧୀ’ ପୁରସ୍କାର ସମାରୋହ ଆୟୋଜିତ
- ସପ୍ତମ ଓଡ଼ିଶା ଟ୍ରାଭେଲ ବଜାର ୨୦୨୬: ଭାରତର ପର୍ଯ୍ୟଟନ ବିକାଶରେ ନେତୃତ୍ୱ ନେବାକୁ ଓଡ଼ିଶା ପ୍ରସ୍ତୁତ
- Hirakud Dam:ବନ୍ଦ ହେଲା ହୀରାକୁଦର ୧୦ ଗେଟ୍;ଏତିକି ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
- ଟାଇମ ପତ୍ରିକାର ‘ଟାଇମ ୧୦୦ ନେକ୍ସଟ’ ତାଲିକାରେ ଭାରତର ବୈଭବ
- Regularizes Junior Teachersr:ନିୟମିତ ହେଲେ କନିଷ୍ଠ ଶିକ୍ଷକ,ନିୟମିତକରଣ ୧ ଜାନୁଆରୀ…
- ୱେଷ୍ଟଇଣ୍ଡିଜ ବିପକ୍ଷ ସିରିଜରେ ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ: ପ୍ରସିଦ୍ଧ ବାଦ,ୱାଶିଂଟନଙ୍କୁ ବିଶ୍ରାମ
- ଆଇସିସିର ନୂଆ ନିୟମ: ଆନ୍ତର୍ଜାତୀୟ କ୍ରିକେଟ୍ରେ ଆସିଲା ବଡ଼ ପରିବର୍ତ୍ତନ
- କନ୍ଧମାଳ ଜିଲ୍ଲାରେ ଟିପିଏସ୍ଓଡିଏଲ୍ ପକ୍ଷରୁ ‘ସୋଲାର ରଥ’ ଶୁଭାରମ୍ଭ

Comments are closed.