କେନ୍ଦୁଝର: କେନ୍ଦୁଝର ସହର ନିକଟ ରାଙ୍କି ଠାରେ ନିର୍ମାଣାଧୀନ କୋଭିଡ୍ ହସ୍ପିଟାଲର ସ୍ଥିତି ସମୀକ୍ଷା କରିଛନ୍ତି 5T ସଚିବ VK ପାଣ୍ଡିଆନ୍ ଓ ମୁଖ୍ୟ ଶାସନ ସଚିବ ଅସିତ୍ କୁମାର ତ୍ରିପାଠୀ । ଏହି ୨ ଶହ ଶଯ୍ୟା ବିଶିଷ୍ଟ କୋଭିଡ଼୍-୧୯ ହସ୍ପିଟାଲ୍ ଶୀଘ୍ର କାର୍ଯ୍ୟକ୍ଷମ ହେବ ବୋଲି ସୂଚନା ମିଳିଛି । ଏହି ହସ୍ପିଟାଲରେ ୧୦ ଶଯ୍ୟା ବିଶିଷ୍ଟ ଭେଣ୍ଟିଲେଟର ସୁବିଧା ସହିତ ଆଇ ସି ୟୁ ରହିବ । ଗତ ୬ ତାରିଖ ଦିନ ଜିଲ୍ଲା ପ୍ରଶାସନ ଓ ଉତ୍କଳ ହସ୍ପିଟାଲ ପ୍ରାଇଭେଟ ଲିଃ ,ଭୁବନେଶ୍ୱର ମଧ୍ୟରେ ତ୍ରିପାକ୍ଷିକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଥିଲା । ଡି ଏମ ଏଫ ପାଣ୍ଠିରୁ ଏଥି ନିମନ୍ତେ ଅର୍ଥ ଯୋଗାଇ ଦିଆଯାଇଛି ବୋଲି ସୂଚନା ମିଳିଛି ।
ଏହାପରେ ୫ଟି ସଚିବ ଓ ମୁଖ୍ୟ ଶାସନ ସଚିବ ବାରିପଦା ଗସ୍ତରେ ଯାଇ ସେଠାକାର କୋଭିଡ ହସ୍ପିଟାଲର ସ୍ଥିତି ସମୀକ୍ଷା କରିଛନ୍ତି । ସେଠାରେ ମଧ୍ୟ ପହଂଚିବା ପରେ ଏହି ଦୁଇ ବରିଷ୍ଠ ଅଧିକାରୀ ହସ୍ପିଟାଲର ବିଭିନ୍ନ ଉପକରଣ ଓ ସୁବିଧା ସମ୍ପର୍କରେ ଆଲୋଚନା କରିଛନ୍ତି।
BREAKING NEWS
- ପାର୍ବଣ ଋତୁ ପୂର୍ବରୁ ସୁରକ୍ଷା ପ୍ରସ୍ତୁତି ପାଇଁ ଡିଜିପିଙ୍କ ନିର୍ଦ୍ଦେଶ;ଗୁଇନ୍ଦା ସୂଚନା ସଂଗ୍ରହ ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଉପରେ ଗୁରୁତ୍ୱାରୋପ
- ଆଖୁ ଉତ୍ପାଦନ ବଢ଼ାଇବାକୁ ଆଧୁନିକ ଆଖୁ ଚାଷ ଉପରେ ଗୁରୁତ୍ୱ ବୃଦ୍ଧି କରିଛି ରାଜ୍ୟ
- “ମାଳିପୁଟ ମେଲୋଡିଜ୍” ଏହି ଦିନ ହେବ ରିଲିଜ;କୋରାପୁଟରେ ଜୀବନ ଓ ସଂଘର୍ଷର କାହାଣୀ କହିବ …
- ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ
- ଓଡ଼ିଶାରେ ଗୁଜୁରାଟର ସ୍ୱତନ୍ତ୍ର ଡିଆରଆଇ ଟିମ; କଲରାପତରିଆ ବାଘ ଛାଲ ଜବତ,ଜଣେ ଗିରଫ
- ୨୪ ଘଣ୍ଟା ଭିତରେ ଓଡ଼ିଶାରେ ଦୁଇଟି ବ୍ୟାଙ୍କ ଲୁଟ୍: ବନ୍ଧୁକ ମୁନରେ ସୁନ୍ଦରଗଡ଼ ଓ ବାଲେଶ୍ୱରରୁ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
- କଣ୍ଟେନରରୁ ମିଳିଲା ୧ କୋଟି ଟଙ୍କାର ଗଞ୍ଜେଇ;୨ ଗିରଫ
- ରାଜପାଲ୍ ଯାଦବଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଆଶ୍ୱସ୍ତି: ଜେଲ୍ ଯିବାରୁ ବର୍ତ୍ତିଲେ, କିନ୍ତୁ ରଖିଲେ ଏହି କଡ଼ା ସର୍ତ୍ତ
- ମେଦବହୁଳତା କମାଇବା ସହ ଦିନସାରା ଶରୀରକୁ ଫୁର୍ତ୍ତି ରଖିବ ‘ବୁଲେଟପ୍ରୁଫ୍ କଫି’, ଏହି ସହଜ ଉପାୟରେ ଘରେ ବନାନ୍ତୁ
- ସମୁଦ୍ରରେ ବୁଡ଼ିଲା ମାଲବାହୀ ଜାହାଜ, କୋର୍ଟରେ ପହଞ୍ଚିଲା ମାମଲା: ନ୍ୟାୟ ମାଗିଲା କ୍ଷତିଗ୍ରସ୍ତ ସଂସ୍ଥା

Comments are closed.