ଭୁବନେଶ୍ୱର: ରାଜ୍ୟରେ ଏକାଥରକେ ଏକାଧିକ କରୋନା ନମୂନା ପରୀକ୍ଷା କରାଯିବ । ଆଗାମୀ ଦିନରେ ହେବ ପୁଲ୍ କୋଭିଡ-୧୯ ଟେଷ୍ଟିଂ । କରୋନାର ମୁକାବିଲା ନେଇ ଆଜି ଉଚ୍ଚ କ୍ଷମତା ସମ୍ପନ୍ନ ମନ୍ତ୍ରିସ୍ତରୀୟ କମିଟି ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ।
ସେ କହିଛନ୍ତି, ଆଗାମୀ ଦିନରେ ଗୋଷ୍ଠୀଗତ ଭାବେ ବ୍ୟାପକ ଧରଣର ପୁଲ୍ ଟେଷ୍ଟ କରିବାକୁ ପ୍ରସ୍ତାବ ଦିଆଯାଇଛି। ଯାହାକୁ କେନ୍ଦ୍ର ସରକାର ଗ୍ରହଣ କରିଛନ୍ତି। ଏହାଛଡ଼ା ଏବେ ବୁର୍ଲା ମେଡିକାଲ୍ରେ ଗୋଟିଏ ଟେଷ୍ଟ କିଟ୍ ରହିଛି। ଆଗାମୀ ଦିନରେ ଏହାର କ୍ଷମତାକୁ ବଢ଼ାଇବାକୁ କୁହାଯାଇଛି।
ରାଜ୍ୟର ସବୁ ମେଡିକାଲ କଲେଜରେ କିପରି କୋଭିଡ ଟେଷ୍ଟ ହୋଇପାରିବ ସେ ନେଇ ପଦକ୍ଷେପ ନିଆଯାଉଛି। ସେହିପରି ରାଜ୍ୟରେ ଘଊଜୠ ଢାଞ୍ଚାରେ ସ୍ୱାସ୍ଥ୍ୟ ବିପର୍ୟ୍ୟୟ ପ୍ରଶମନ ତାଲିମ କେନ୍ଦ୍ର ପାଇଁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ପ୍ରସ୍ତାବ ରଖିଛନ୍ତି। ବିଭିନ୍ନ ସ୍ୱାସ୍ଥ୍ୟ ବିପର୍ୟ୍ୟୟ ନେଇ ରାଜ୍ୟର ଡାକ୍ତର, ନର୍ସ, ପାରାମେଡିକ ଷ୍ଟାଫ୍ଙ୍କୁ କିପରି ତାଲିମ ଦିଆଯିବ ସେ ନେଇ ବ୍ୟବସ୍ଥା କରିବାକୁ ମଧ୍ୟ ପ୍ରସ୍ତାବ ରଖାଯାଇଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।
BREAKING NEWS
- ବିଶ୍ୱ ବ୍ୟାଙ୍କ ଠାରୁ ଋଣ କରିବାକୁ ଚାହୁଁଛନ୍ତି କି ରାଜ୍ୟ ସରକାର: ବିଜେଡି
- ୨୧ ଫେରିବାଲାଙ୍କୁ ବାନ୍ଧିଲା ପୋଲିସ; ୧୦୬୬ ମୋବାଇଲ ସହ ଅଳଙ୍କାର,ବାଇକ୍ ଜବତ
- ୩ ବରିଷ୍ଠ ଆଇଏଏସଙ୍କୁ ପଦୋନ୍ନତି ଦେଲେ ଓଡ଼ିଶା ସରକାର
- ଅଷ୍ଟ୍ରେଲିଆନ ଓପନ ଟେନିସ: ର୍ୟାବକିନା ଜିତିଲେ ମହିଳା ସିଙ୍ଗଲ୍ସ ଟାଇଟଲ
- ଇରାନରେ ଜୋରଦାର ବିସ୍ଫୋରଣ; ପୋର୍ଟ ଓ ଆବାସିକ କୋଠା କ୍ଷତିଗ୍ରସ୍ତ…
- ୧୦ ବିଭାଗର ୧୨ ପ୍ରସ୍ତାବକୁ କ୍ୟାବିନେଟ୍ ମଞ୍ଜୁର; ନିର୍ମାଣ ହେବ ପ୍ରତିରକ୍ଷା ଏବଂ ଏରୋସ୍ପେସ ସାମଗ୍ରୀ
- ମୋଦିଙ୍କ ଗସ୍ତ ପୂର୍ବରୁ ବୋମା ଧମକ, ଆଲର୍ଟରେ ପ୍ରଶାସନ…
- ଆଇଏଫଏସ ଅଧିକାରୀ କେ.ମୁରୁଗେସାନ୍ ହେଲେ ନୂଆ ପିସିସିଏଫ
- Puri Drowning: ଚକ୍ରତୀର୍ଥ ରୋଡ୍ ସମୁଦ୍ରରେ ବୁଡ଼ି ମାଆ,ପୁଅଙ୍କ ମୃତ୍ୟୁ; ଉଭୟ ଝାଡ଼ଖଣ୍ଡର…
- ହାତୀ ମୃତ୍ୟୁ ମାମଲା; ଏସିଏଫ ସୂର୍ଯ୍ୟକାନ୍ତ ବେହେରା ନିଲମ୍ବିତ
Comments are closed.