ଯାଜପୁର: କରୋନା ସ୍ଥିତିର ଅନୁଧ୍ୟାନ କରିବାକୁ ଯାଇଥିବା ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ । ଯାଜପୁର କୁଆଖିଆ ଥାନା ଗୋପିନାଥପୁରରେ ଏଭଳି ଘଟଣା ଘଟିଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖିଛି ।
ସୂଚନା ମୁତାବକ, ଆଜି ଯାଜପୁର ଜିଲ୍ଲାପାଳ ରଂଜନ ଦାସଙ୍କ ନେତୃତ୍ୱରେ ରସୁଲପୁର ଅଂଚଳରେ ଲକଡାଉନ୍ର ସ୍ଥିତି ଅନୁଧ୍ୟାନ କରିବାକୁ ଏକ ଟିମ୍ ଯାଇଥିଲେ । ଏହି ସମୟରେ କେତେକ ଯୁବକ ମାସ୍କ ନ ପିନ୍ଧି ବାଇକରେ ବୁଲିଥିଲେ । ଏହାଦେଖି ରସୁଲପୁର ବିଡିଓ ଓ ତହସିଲଦାର ସେମାନଙ୍କୁ ଅଟାଇବାକୁ ଚେଷ୍ଟା କରିଥିଲେ କିନ୍ତୁ ସେମାନେ ଅଟକି ନଥିଲେ । ଏହାପରେ ସେମାନଙ୍କ ପିଛା କରିବାକୁ ଯାଇ ପ୍ରଶାସନିକ ଅଧିକାରୀ ଗୋପୀନାଥ ପୁର ଗାଁରେ ପହଂଚିଥିଲେ । ସେଠାରେ ପହଂଚିବା ପରେ ଗାଁ ଲୋକେ ମିଶି ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ଖବର ପାଇ ଯାଜପୁର ଜିଲ୍ଲାପାଳ ସେଠାରେ ପଂଚିବା ପରେ ତାଙ୍କୁ ମଧ୍ୟ କେତେକ ବ୍ୟକ୍ତି ଦୁର୍ବ୍ୟବହାର କରିଥିଲେ । ପରେ ପୋଲିସ ପହଂଚି ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଅଟକ ୩ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି । ତାଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି । ସେପଟେ ଆବଶ୍ୟକ ପଡିଲେ ଯାଜପୁର ଗୋପିନାଥପୁର ଗାଁରେ ୧୪୪ ଧାରା ଲାଗୁ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
BREAKING NEWS
- କେମିତି କରବେ E-Fasting …?
- ୩୭ତମ ସବ ଜୁନିୟର ଜାତୀୟ ବ୍ୟାଡ଼ମିଣ୍ଟନ ଚମ୍ପିୟାନସିପ୍; ବାଳିକା ସିଙ୍ଗଲ ୧୫ ଓ ୧୭ ବର୍ଷରୁ କମ୍ ବର୍ଗ ସେମିଫାଇନାଲରେ ଓଡ଼ିଆ ଖେଳାଳୀ
- ଲଣ୍ଡନରେ ଶାହରୁଖ ଓ କାଜୋଲଙ୍କ ବ୍ରୋଞ୍ଜ ପ୍ରତିମା ଉନ୍ମୋଚନ
- ବାଲ୍ୟବିବାହ ମୁକ୍ତ ଭାରତ ପାଇଁ ସଚେତନତା ଅଭିଯାନ ଆରମ୍ଭ
- ପୁରୁଣା ଆପାର୍ଟମେଣ୍ଟ ବିକ୍ରି ନିୟମକୁ ସହଜ କଲେ ଓଡ଼ିଶା ସରକାର
- ପୁଟିନଙ୍କ ବିମାନ ଉପରେ ସାରା ବିଶ୍ୱର ନଜର, ଜାଣନ୍ତୁ କେତେ ଜଣ କଲେ ଲାଇଭ୍ ଟ୍ରାକ୍..
- ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ମ୍ୟାଚ: କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା
- ହେଡେନଙ୍କୁ ଉଲଗ୍ନ ହେବାରେ ବଂଚାଇ ଦେଲେ ରୁଟ
- ପୁଟିନଙ୍କ ପାଇଁ ପ୍ରୋଟୋକଲ ଭାଙ୍ଗିଲେ ମୋଦି…
- କଳିଙ୍ଗା ଘାଟିର ଦୁର୍ଘଟଣା ପ୍ରବଣ ଚିହ୍ନଟ ସ୍ଥାନରେ ଲାଗିଲା ଭେଇକଲ ସେନ୍ସର୍ ଆଲର୍ଟ ଯନ୍ତ୍ର
Comments are closed.