ଯାଜପୁର: କରୋନା ସ୍ଥିତିର ଅନୁଧ୍ୟାନ କରିବାକୁ ଯାଇଥିବା ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ । ଯାଜପୁର କୁଆଖିଆ ଥାନା ଗୋପିନାଥପୁରରେ ଏଭଳି ଘଟଣା ଘଟିଛି । ଏହି ଘଟଣାରେ ପୋଲିସ ୩ ଜଣଙ୍କୁ ଅଟକ ରଖିଛି ।
ସୂଚନା ମୁତାବକ, ଆଜି ଯାଜପୁର ଜିଲ୍ଲାପାଳ ରଂଜନ ଦାସଙ୍କ ନେତୃତ୍ୱରେ ରସୁଲପୁର ଅଂଚଳରେ ଲକଡାଉନ୍ର ସ୍ଥିତି ଅନୁଧ୍ୟାନ କରିବାକୁ ଏକ ଟିମ୍ ଯାଇଥିଲେ । ଏହି ସମୟରେ କେତେକ ଯୁବକ ମାସ୍କ ନ ପିନ୍ଧି ବାଇକରେ ବୁଲିଥିଲେ । ଏହାଦେଖି ରସୁଲପୁର ବିଡିଓ ଓ ତହସିଲଦାର ସେମାନଙ୍କୁ ଅଟାଇବାକୁ ଚେଷ୍ଟା କରିଥିଲେ କିନ୍ତୁ ସେମାନେ ଅଟକି ନଥିଲେ । ଏହାପରେ ସେମାନଙ୍କ ପିଛା କରିବାକୁ ଯାଇ ପ୍ରଶାସନିକ ଅଧିକାରୀ ଗୋପୀନାଥ ପୁର ଗାଁରେ ପହଂଚିଥିଲେ । ସେଠାରେ ପହଂଚିବା ପରେ ଗାଁ ଲୋକେ ମିଶି ପ୍ରଶାସନିକ ଅଧିକାରୀଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ଖବର ପାଇ ଯାଜପୁର ଜିଲ୍ଲାପାଳ ସେଠାରେ ପଂଚିବା ପରେ ତାଙ୍କୁ ମଧ୍ୟ କେତେକ ବ୍ୟକ୍ତି ଦୁର୍ବ୍ୟବହାର କରିଥିଲେ । ପରେ ପୋଲିସ ପହଂଚି ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି । ଅଟକ ୩ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ନିଜାମୁଦ୍ଦିନ ଫେରନ୍ତା ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିଥିବା ଜଣାପଡିଛି । ତାଙ୍କୁ କ୍ୱାରେଣ୍ଟାଇନରେ ରଖାଯାଇଛି । ସେପଟେ ଆବଶ୍ୟକ ପଡିଲେ ଯାଜପୁର ଗୋପିନାଥପୁର ଗାଁରେ ୧୪୪ ଧାରା ଲାଗୁ କରାଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
BREAKING NEWS
- ଫ୍ଲାଏଦୁବାଇ ବିମାନ ଦୁର୍ଘଟଣା ଷଡ଼ଯନ୍ତ୍ର: ଭାରତୀୟ ପାଇଲଟଙ୍କ ସାହସିକତା ଯୋଗୁଁ ଟଳିଲା ବଡ଼ ବିପଦ
- Odisha CEO:ସ୍ୱେଚ୍ଛାକୃତ ଅବସର ପାଇଁ ଆବେଦନ କଲେ ମୁଖ୍ୟ ନିର୍ବାଚନ ଅଧିକାରୀ ଆର.ଏସ୍ ଗୋପାଳନ
- MEA issues advisory for Indians:ସେନାରେ ଯୋଗଦେବା ପାଇଁ ଋଷିଆ ଯିବାର ‘ବିପଜ୍ଜନକ ପଥ’ରୁ ଦୂରେଇ ରୁହନ୍ତୁ: ବୈଦେଶିକ ମନ୍ତ୍ରଣାଳୟ
- ସୌମ୍ୟରଞ୍ଜନ ମୃତ୍ୟୁ ମାମଲାରେ ନୂଆ ମୋଡ଼: ଗିରଫଦାରୀ ଭୟରେ ବିଦ୍ୟାଭାରତୀ, ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ୱସ୍ତି
- Modi, Trump talk on phone:ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଟ୍ରମ୍ପଙ୍କ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ଆଲୋଚନା; ଏହି ସମସ୍ତ ବିଷୟ ଉପରେ …
- ସିଏଜି ସ୍କାନରରେ ଓଡ଼ିଶାର ଡିଏମ୍ଏଫ୍ ପାଣ୍ଠି: ଖଣି ପ୍ରଭାବିତ ନଥିବା ଅଞ୍ଚଳରେ ଖର୍ଚ୍ଚ ହୋଇଛି ୯୮୩ କୋଟି ଟଙ୍କା
- ଏକାଠି କାମ କରିବେ ସୈଫ୍-ପ୍ରିୟଙ୍କା: ରିତେଶ ବାତ୍ରାଙ୍କ ନିର୍ଦ୍ଦେଶନାରେ ତିଆରି ହେବ ଦମଦାର୍ ଫିଲ୍ମ
- ରାଜଧାନୀ ଉପକଣ୍ଠରେ ବେଆଇନ ଗ୍ୟାସ୍ କାରବାରର ପର୍ଦ୍ଦାଫାଶ: ୭୯ଟି ଏଲପିଜି ସିଲିଣ୍ଡର ଜବତ
- ଆଇଟି କ୍ଷେତ୍ରରେ ଓଡ଼ିଶାକୁ ବଡ଼ ସଫଳତା: ୨୨ ହଜାର କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ଏଆଇ ପ୍ରକଳ୍ପକୁ ରାଜ୍ୟ ସରକାରଙ୍କ ସବୁଜ ସଙ୍କେତ
- ୱେଷ୍ଟଇଣ୍ଡିଜ୍ ବିପକ୍ଷରେ ଗର୍ଜିଲା ହିଟ୍ମ୍ୟାନ୍ଙ୍କ ବ୍ୟାଟ୍: ଶତକ ହାସଲ ପରେ ପଡ଼ିଆ ମଝିରେ ନାଚିଲେ ରୋହିତ

Comments are closed.