ଭୁବନେଶ୍ୱର: ରଥଯାତ୍ରା ପାଇଁ କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡଙ୍ଗୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି । କରୋନା ଲାଗି ଆସନ୍ତା ଜୁନ୍ ୨୩ ତାରିଖରେ ହେବାକୁ ଥିବା ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପ୍ରଭାବିତ ହୋଇପାରେ । ଏନେ ବିଭିନ୍ନ ମହଲରେ ଆଶଙ୍କା ସୃଷ୍ଟି ହୋଇଛି। ଆଶଙ୍କା ଦୂର ପାଇଁ ଶ୍ରୀମନ୍ଦିର ପ୍ରଶାସନ ପଦକ୍ଷେପ ନେଉ ବୋଲି କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି।
ସେ ଆହୁରି ଲେଖିଛନ୍ତି ଯେ, ଶ୍ରୀ ମନ୍ଦିର ପ୍ରଶାସକ ଏଭଳି ସ୍ଥିତିରେ କିପରି ପରମ୍ପରା ରକ୍ଷା ହେବ ସେନେଇ ଜଗଦ ଗୁରୁ ଶଙ୍କରାଚାର୍ୟ୍ୟ, ଗଜପତି ମହାରାଜ, ମୁକ୍ତି ମଣ୍ଡପ ବିଶେଷଜ୍ଞ, ଦଇତାପତି, ସେବାୟତ ତଥା ଅନ୍ୟ ମାନଙ୍କ ସହ ଆଲୋଚନା କରିବା ଲାଗି ନିର୍ଦ୍ଦେଶ ଦେବାକୁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ।
ରଥଯାତ୍ରା କୋଟି କୋଟି ଓଡ଼ିଆଙ୍କ ଭାବାବେଗ ସହିତ ଜଡ଼ିତ ରହିଛି। ତେଣୁ ହଜାର ହଜାର ବର୍ଷର ପରମ୍ପରାକୁ ବଜାୟ ରଖିବାକୁ ଯାଇ ସାମାଜିକ ଦୂରତ୍ୱ ସମେତ ସମସ୍ତ ନିୟମକୁ କଡାକଡି ପାଳନ କରି ରଥଯାତ୍ରାର ଆୟୋଜନ କରିବାକୁ କେନ୍ଦ୍ରମନ୍ତ୍ରୀ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ।
BREAKING NEWS
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
- ପଶ୍ଚିମବଙ୍ଗରେ ଭୋଟ ଆଗରୁ ବାଦ ପଡିଲେ ୯୦ ଲକ୍ଷ ଭୋଟର
- ପ୍ରବାସୀ ଶ୍ରମିକମାନଙ୍କ ସୁବିଧା ପାଇଁ ପେଟ୍ରୋଲିୟମ ସଚିବଙ୍କ ବଡ଼ ଘୋଷଣା
Comments are closed.