ଗଞ୍ଜାମ: ଆସନ୍ତାକାଲିଠାରୁ ଗଂଜାମରେ କୋହଳ ହେବ କଟକଣା । ଏନେଇ ଗଂଜମା ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ଅନୁସାରେ କଟକଣାକୁ କୋହଳ କରାଯିବ । ତେବେ ବିନା ଅନୁମତିରେ କେହି ବାହାରକୁ ବାହାରି ପାରିବେ ନାହିଁ । ଅତି ଆବଶ୍ୟକ ଥିଲେ ଲୋକେ ବାହାରକୁ ବାହାରିବେ । ଏଥିସହ ଘରୁ ବାହାରିବା ସମୟରେ ମାସ୍କ ପିନ୍ଧିବାକୁ ବାଧ୍ୟତାମୂଳକ କରାଯାଇଛି । ମାସ୍କ ନ ପିନ୍ଧିଥିଲେ କିମ୍ବା ବିନା କାରଣରେ ଘରୁ ବାହାରିଲେ କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
ସେହିପରି ଆସନ୍ତାକାଲିଠୁ ଦୋକାନ ଖୋଲିବା ନେଇ କୌଣସି କଟକଣା ରହିବ ନାହିଁ । ଦିନ ରାତି ଦୋକାନ ଖୋଲା ରହିବ । ଔଷଧ, ସାର, ଗ୍ରୋସରୀ ଦୋକାନ ଖୋଲିବାକୁ ଅନୁମତି ଥିବା ବେଳେ ବୁଲା ବିକାଳି ବିକ୍ରି କରିପାରିବେ ନାହିଁ ବୋଲି କହିଛନ୍ତି ଗଂଜାମ ଜିଲ୍ଲାପାଳ । ଏଥିସହ ସାମାଜିକ ଦୂରତା ବଜାୟ ରଖିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛଇ । ଯେଉଁ ଦୋକାନୀ ସାମାଜିକ ଦୂରତା ନରଖିବେ ସେହି ଦୋକାନକୁ ବନ୍ଦ କରିଦିଆଯିବ ବୋଲି ଜିଲ୍ଲାପାଳ କହିଛନ୍ତି ।
BREAKING NEWS
- ଶ୍ରୀମନ୍ଦିର ଛତିଶା ନିଯୋଗ ଓ ନୀତି ସବ୍ କମିଟି ବୈଠକ ଶେଷ, ନିଆଗଲା ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
- ଇରାନ-ଆମେରିକା ମଧ୍ୟରେ ଯୁଦ୍ଧବିରତି ନେଇ ଟ୍ରମ୍ପଙ୍କ ଘୋଷଣା
- ଓଡ଼ିଶା ରାଜ୍ୟ ଆଇନ ଆୟୋଗଙ୍କ ବାର୍ଷିକ ରିପୋର୍ଟ ଓ ନୂତନ ୱେବ୍ସାଇଟ୍ ଉନ୍ମୋଚିତ
- ଲସ୍କର-ଏ-ତୈବାର ଏକ ଆନ୍ତଃରାଜ୍ୟ ଆତଙ୍କବାଦୀ ମଡ୍ୟୁଲ୍ର ପର୍ଦ୍ଦାଫାସ୍, ୫ ଗିରଫ
- ଗିରଫ ହେଲେ ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର
- ରଗବୀ: ୧୭ ବର୍ଷରୁ କମ ବାଳିକା ବର୍ଗରେ ଓଡ଼ିଶା, ବାଳକ ବର୍ଗରେ ବିହାର ବିଜେତା
- ଆଇପିଏଲ: ପ୍ରତ୍ୟେକ ସିଜନରେ ଫ୍ରାଂଚାଇଜରଙ୍କ ହେଉଛି ୨୪୦୦ କୋଟି କ୍ଷତି !
- ପାକିସ୍ତାନକୁ ରାଜନାଥ ସିଂହଙ୍କ କଡା ବାର୍ତ୍ତା, ‘ଯଦି ତୁମେ ପଶ୍ଚିମବଙ୍ଗ ଆଡକୁ ନଜର ପକେଇବ, ତେବେ ତୁମକୁ….
- ଆଜି ରାତିରେ ଏକ ସଭ୍ୟତାର ଅନ୍ତ ହେବ, ୪୭ ବର୍ଷର ହିଂସାର ଅନ୍ତ ହେବ… ଇରାନକୁ ଟ୍ରମ୍ପଙ୍କ ଧମକ
- ମ୍ୟାଚ ଫିକ୍ସିଂ: ବାଂଲାଦେଶର ୭ ଖେଳାଳି ବାସନ୍ଦ
Comments are closed.