ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪, ୦୭, ୩୪୦ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୧,୬୫, ୦୬୯ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୬,୨୫,୧୨୮ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
ଭାରତରେ ୨୦ ତାରିଖ ସକାଳ ୬ଟା ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୭,୨୬୫ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୫୪୩ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୨,୫୪୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୨୪ ଜଣ ସୁସ୍ଥତା ଲାଭ କରିଥିବା ନେଇ ଭାରତ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।
Comments are closed.