Latest Odisha News

BREAKING NEWS

କରୋନା ଅପଡ଼େଟ୍‌: ଓଡ଼ିଶା,ଭାରତ ସମେତ ବିଶ୍ୱର ତାଜା ସ୍ଥିତି

ଭୁବନେଶ୍ୱର: ଆଜି ସକାଳେ ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ରେ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୩୫ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।

ଓଡ଼ିଶା ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ରିପୋର୍ଟ ଅନୁଯାୟୀ ଭାରତରେ ୨୭ ତାରିଖ ସକାଳ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭,୮୯୦ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୮୮୧ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୬୫୨୩ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯,୯୫,୧୫୨ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୦୭,୦୦୮ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୮,୮୧,୫୧୦ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।

Leave A Reply

Your email address will not be published.