Latest Odisha News

BREAKING NEWS

ଭାରତରେ ୨୯ ହଜାର ଟପିଲା କରୋନା ମାମଲା; ୨୪ ଘଣ୍ଟାରେ ୬୨ ମୃତ

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୨୯,୪୩୫ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୯୩୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ଗତ ୨୪ ଘଣ୍ଟାରେ ୬୨ ଜଣଙ୍କ ମୃତ୍ୟୁ ଘଟିଥିବା ସରକାରୀ ରିପୋର୍ଟରେ ପ୍ରକାଶ ।

ଗତ ୨୪ ଘଣ୍ଟାରେ ଭାରତରେ ୧୫୪୩ ଜଣ ବ୍ୟକ୍ତି ନୂଆକରି ସଂକ୍ରମିତ ହୋଇଥିବା ରିପୋର୍ଟରେ ପ୍ରକାଶ ।

ଭାରତର ମହାରାଷ୍ଟ୍ର ରାଜ୍ୟ କରୋନାରେ ସର୍ବାଧିକ । ସଦ୍ୟତମ ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୮୦୦୦ ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୩୨୪ ଛୁଇଁଛି ।

Leave A Reply

Your email address will not be published.