ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସମ୍ବୋଧିତ କରି ଭିଡିଓ ମାଧ୍ୟମରେ ବାର୍ତ୍ତା ଦେଇଛନ୍ତି । ଆଗାମୀ କିଛି ଦିନ ଆମ ପାଇଁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।
ଦେଶର ସବୁଠାରୁ ଅଧିକ ସଂକ୍ରମିତ ରାଜ୍ୟ ମହାରାଷ୍ଟ୍ର, ଗୁଜରାଟ, ତାମିଲନାଡୁ, ଦିଲ୍ଲୀ, କର୍ଣ୍ଣାଟକ, ରାଜସ୍ଥାନ ଓ ପଶ୍ଚିମବଙ୍ଗରୁ ବହୁ ଓଡିଆ ଭାଇଭଉଣୀ ରାଜ୍ୟକୁ ଫେରିବେ । ସେମାନେ ଆମ ଘର ଲୋକ । ବିପଦ ସମୟରେ ମା ଓ ମାତୃଭୂମୀ ଆଗ ମନକୁ ଆସିଥାଏ । ସେମାନେ ସମସ୍ତେ ଆମ ପିଲାଛୁଆ । ଆମ ଭାଇଭଉଣୀ । ସେମାନଙ୍କ ଯତ୍ନ ନେବା ଆମର ଦାୟିତ୍ୱ ।
ବାହାରୁ ଲୋକ ଆସିଲେ ପଜିଟିଭ୍ ସଂଖ୍ୟା ବଢିବ । କିନ୍ତୁ ରାଜ୍ୟବାସୀଙ୍କ ସରକାରକୁ ପୁରା ସହଯୋଗ କଲେ ପରିସ୍ଥିତି ନିୟନ୍ତ୍ରଣରେ ରହିପାରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
ମୁଖ୍ୟମନ୍ତ୍ରୀ କହିଛନ୍ତି ଆମେ ସାବଧାନ ରହିବା ଏବଂ ଧୌର୍ଯ୍ୟ ରଖିବା । ବାହାରୁ ଆସୁଥିବା ଲୋକଙ୍କ ରେଜିଷ୍ଟେସନ କରିବା । ସେମାନଙ୍କୁ କ୍ୱାରେଂଟାଇନରେ ରଖିବାରେ ସରକାରଙ୍କୁ ପୁରା ସହଯୋଗ କରିବା ।
ଏହାଦ୍ୱାରା ସେମାନେ ସୁସ୍ଥ ରହିବେ । ଆମ ପରିବାର ସୁସ୍ଥ ରହିବେ । ଆମ ଗାଁ ଓ ଆମ ସମାଜ ମଧ୍ୟ ସୁସ୍ଥ ରହିବ । ଆପଣମାନଙ୍କ ଟିକିଏ ହେଳା ସମସ୍ତଙ୍କୁ ବିପଦରେ ପକାଇପାରେ । ଏପରିକି ୧୦ ପ୍ରତିଶତ ଲୋକଙ୍କ ଭୁଲ୍ ଦ୍ୱାରା ସମସ୍ୟା ୧୦୦ ଗୁଣ ବଢିଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
BREAKING NEWS
- ଆସନ୍ତାକାଲି ଘୋଷଣା ହେବ +୨ ପରୀକ୍ଷା ତାରିଖ
- ଭାରତର ଏହି ଗାଁରେ ସାପଙ୍କ ସହ ଖେଳନ୍ତି ଛୋଟ ପିଲା, ସବୁ ଘରେ ଥାଏ କୋବ୍ରା
- ଭୁଲ ମାଗିଲେ ସୋସିଆଲ ମିଡିଆ ଇନ୍ଫ୍ଲୁଏନ୍ସର ଶୁଭଙ୍କର, କହିଲେ ପୁରୀ ହେଉଛି ମୋର….
- ପ୍ରଥମ ଥର ଆସିଲା ତିନି ଥର ମୋଡ଼ି ହେଉଥିବା ଫୋନ୍, ଦୁଇଟି ସେଲ୍ଫି କ୍ୟାମେରା ସହ ଦୁଇଟି ଡିସ୍ପ୍ଲେ
- ରାଜ୍ୟରେ ପ୍ରଶାସନିକ ଏବଂ ଶାସନ ସଂସ୍କାର କମିଟି ଗଠିତ; ନଜର ରଖିବେ ୫…
- କେଉଁ T20 ଲିଗ୍ ମ୍ୟାଚ୍ରେ ଖେଳାଳିଙ୍କୁ ମିଳିଥାଏ ଅଧିକ ଟଙ୍କା, କେତେ ନମ୍ୱରରେ ଆସିଥାଏ IPL ?
- ଅଚ୍ୟୁତ ସାମନ୍ତଙ୍କ ପୁସ୍ତକ ‘ମୋ ମା ମୋ ପ୍ରେରଣା’ ଉନ୍ମୋଚିତ
- ଓଡ଼ିଶା ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ…
- Escape System: ଡିଆରଡିଓର ଲଢ଼ୁଆ ବିମାନ ଏସ୍କେପ୍ ସିଷ୍ଟମର ସଫଳ ପରୀକ୍ଷଣ
- ବିଶ୍ୱ ମହିଳା ଟିସ ଚେସ ଚାମ୍ପିୟନଶିପ: ପଦ୍ମିନୀଙ୍କୁ ବ୍ରୋଞ୍ଜ
Comments are closed.