Latest Odisha News

BREAKING NEWS

ଭାରତରେ ବଢୁଛି କରୋନା ମାମଲା; ୨୪ ଘଣ୍ଟାରେ ୧୭୧୮ ନୂଆ ଆକ୍ରାନ୍ତ, ୬୭ ମୃତ

ନୂଆଦିଲ୍ଲୀ: ମହାମାରୀ କରୋନା ପ୍ରଭାବରେ ଭାରତ ଦ୍ରୁତ ଗତିରେ ସଂକ୍ରମିତ ହୋଇ ଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ ଧୀରେ ବଢୁଥିବା ବେଳେ ବର୍ତ୍ତମାନ ସୁଦ୍ଧା ଏହି ସଂଖ୍ୟା ୩୩,୦୫୯ ରେ ପହଞ୍ଚିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ମିଳିଛି ।

ଗତ ୨୪ ଘଣ୍ଟାରେ ଭାରତରେ ୧୭୧୮ ଜଣ ବ୍ୟକ୍ତି ନୂଆକରି କରୋନାରେ ଆକ୍ରାନ୍ତ ହୋଇଥିବା ବେଳେ ୬୭ ଜଣ ପ୍ରାଣ ହରାଇଛନ୍ତି ।

ଏଥିସହିତ କରୋନାଭାଇରସ ସଂକ୍ରମଣରେ ଏପର୍ଯ୍ୟନ୍ତ ୧୦୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ, ୮୩୨୫ ଜଣ କରୋନା କବଳରୁ ସୁସ୍ଥ ହୋଇ ଘରକୁ ଫେରୁଥିବା ସରକାରୀ ରିପୋର୍ଟରେ ପ୍ରକାଶ ।

ଭାରତର ମହାରାଷ୍ଟ୍ର ରାଜ୍ୟ କରୋନାରେ ସର୍ବାଧିକ । ସଦ୍ୟତମ ରିପୋର୍ଟ ଅନୁଯାୟୀ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୩୧୮ଥିବା ବେଳେ ମୃତ୍ୟୁ ସଂଖ୍ୟା ୪୦୦ ଛୁଇଁଛି ।

Leave A Reply

Your email address will not be published.