ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୪୧ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।
ରିପୋର୍ଟ ଅନୁଯାୟୀ ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୮୬୪ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୧୫୪ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୯୦୫୯ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩,୦୮,୩୨୩ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୩୪,୧୧୨ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୦,୪୨,୮୭୪ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.