ପୁରୀ: ଖବର ସଂଗ୍ରହ ବେଳେ ସାମ୍ବାଦିକଙ୍କୁ ଆକ୍ରମଣ । ପୁରୀରୁ ଆସିଛି ଏଭଳି ଏକ ଅଭାବନୀୟ ଖବର । ପୁରୀ ବାଲୁଖଣ୍ଡ ଅଭୟାରଣ୍ୟରେ ଆଜି କିଛି ସାମ୍ବାଦିକ ଖବର ସଂଗ୍ରହ କରିଥିଲେ । ଏହି ସମୟରେ ସେଠାରେ ମୁତୟନ ଥିବା ଦୁଇ ପରେଷ୍ଟ ଗାର୍ଡ ତାଙ୍କ ଉପରେ ଅତର୍କିତ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।
ବାଲୁଖଣ୍ଡ ଅଭୟାରଣ୍ୟ ଭିତରେ ଥିବା ପର୍ଯ୍ୟଟକଙ୍କ କଟେଜରେ ବନ କର୍ମଚାରୀ ମଦ୍ୟପାନ କରୁଥିବା ଅଭିଯୋଗ ହୋଇଛି । ସାମ୍ବାଦିକ ଏହି ଦୃଶ୍ୟ କ୍ୟାମେରାରେ ରେକର୍ଡ କରିଥିବା ସନ୍ଦେହ କରି ସେମାନେ ହଠାତ୍ ତାଙ୍କ ଉପରକୁ ଆକ୍ରମଣ କରିଥିଲେ । କ୍ୟାମେରା ଛଡାଇ ନେଇ ଭାଙ୍ଗି ଦେବାକୁ ମଧ୍ୟ ଉଦ୍ୟମ କରିଥିଲେ । ଏପରିକି ବାଲୁଖଣ୍ଡ ଭିତରେ ପଶି ଖବର ସଂଗ୍ରହ କରିବାକୁ କିଏ ଅନୁମତି ଦେଲା ବୋଲି ପ୍ରଶ୍ନ କରିଥିଲେ । ଏହି ସମୟରେ ସାମ୍ବାଦିକ ଓ ଫରେଷ୍ଟଗାର୍ଡଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିଲା ।
BREAKING NEWS
- ଏନସିଏ ହାଇ ପର୍ଫମାନ୍ସ ପ୍ରୋଗ୍ରାମ: ୩୦ ଖେଳାଳିଙ୍କ ମଧ୍ୟରେ ଶ୍ରେୟାଶ ଆୟାର, ଈଶାନ କିଶାନ
- ଭୁବନେଶ୍ଵରରେ ମୋଦୀ, ଦଳୀୟ କର୍ମୀଙ୍କୁ ଦେଲେ ଗୁରୁମନ୍ତ୍ର
- ପଞ୍ଜାବକୁ ହରାଇଲା ହାଇଦ୍ରାବାଦ
- ନିର୍ବାଚନ ଡ୍ୟୁଟି ଯାଇଥିବା ପୋଲିଂ ଅଧିକାରୀଙ୍କ ମୃତ୍ୟୁ, ମିଳିବ ୧୫ ଲକ୍ଷର ଅନୁକମ୍ପା ରାଶି
- ଭଂଜନଗରରେ ନିର୍ବାଚନୀ ହିଂସା, ୨ ବିଜେପି କର୍ମୀ ରକ୍ତାକ୍ତ
- ଆସନ୍ତୁ ଜାଣିବା ଆଇପିଏଲ ବ୍ରଡକାଷ୍ଟରଙ୍କ ଉପରେ କାହିଁକି ବିରକ୍ତ ହୋଇଛନ୍ତି ରୋହିତ
- ଭଦ୍ରାମୀ ଓ ସଂଯମତା ଭୁଲି ଯାଉଛନ୍ତି ବିଜେପି ନେତା: ବିଜେଡି
- ବିଜେପିକୁ ଆଶୀର୍ବାଦ କଲେ କୁଚିଣ୍ଡା ଆହୁରି ୨୦ ବର୍ଷ ପଛକୁ ପଳେଇବ: ପାଣ୍ଡିଆନ
- ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଅସ୍ତ୍ର: ନବୀନ ପଟ୍ଟନାୟକ
- ଖଲ୍ଲିକୋଟ ନିର୍ବାଚନୀ ହିଂସା, ଗିରଫ ସଂଖ୍ୟା ୧୧କୁ ବୃଦ୍ଧି