ଭୁବନେଶ୍ୱର: ଆଜି ସକାଳ ୬ଟା ସୁଦ୍ଧା ଓଡ଼ିଶାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୧ ରହିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ୬୦ଜଣ ଆରୋଗ୍ୟ ଲାଭ କରିଥିବା ନେଇ ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ସୂତ୍ରରୁ ଜଣାପଡ଼ିଛି ।
ଭାରତରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୪୬ ରହିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୩୯୧ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ମଧ୍ୟରୁ ମୋଟ ୧୧,୭୭୫ ଜଣ ଆରୋଗ୍ୟ ଲାଭ କରିଛନ୍ତି ।
ସେହିପରି ସମଗ୍ର ବିଶ୍ୱରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫,୬୬,୨୯୫ ରହିଥିବା ବେଳେ ମୃତ୍ୟୁସଂଖ୍ୟା ୨,୪୮,୨୮୬ରେ ପହଞ୍ଚିଛି । ସମୁଦାୟଙ୍କ ଆକ୍ରାନ୍ତଙ୍କ ମଧ୍ୟରୁ ୧୧,୫୪,୦୬୧ ଜଣ ବ୍ୟକ୍ତି ଆରୋଗ୍ୟ ଲାଭ କରିଛନ୍ତି ।
Comments are closed.