Latest Odisha News

BREAKING NEWS

ଆଜି ରାତିରେ କେଉଁସବୁ ଜିଲ୍ଲାରେ ହେବ ବର୍ଷା, ଜାଣନ୍ତୁ

ଭୁବନେଶ୍ୱର: ସୋମବାର ରାତିରେ ରାଜ୍ୟର କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ସୂଚନା ଦେଇଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ଏନେଇ ରାଜ୍ୟ ସରକାରଙ୍କ ସ୍ୱତନ୍ତ୍ର ରିଲିଫ୍ କମିଶନ (ଏସଆରସି) ପକ୍ଷରୁ ଟ୍ୱିଟ୍ ମାଧ୍ୟମରେ ସତର୍କ ସୂଚନା ପ୍ରଦାନ କରାଯାଇଛି ।

ସୋମବାର ରାତି ୧୦ଟାରୁ ରାତି ୧ଟା ପର୍ଯ୍ୟନ୍ତ ରାଜ୍ୟର କିଛି ଜିଲ୍ଲାରେ ବଜ୍ରପାତ ସହିତ ମଧ୍ୟମ ଧରଣର ବୃଷ୍ଟିପାତ ହେବାର ସମ୍ଭାବନା ରହିଛି ।

ରାଜ୍ୟର ବରଗଡ଼, ବଲାଙ୍ଗୀର, ନୂଆପଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବ । ଏହି ସମୟରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ହେବାର ଆଶଙ୍କା ରହିଛି ।

ସେହିପରି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ସହିତ ମଧ୍ୟମ ଧରଣ ବୃଷ୍ଟିପାତ ଯେଉଁସବୁ ଜିଲ୍ଲାଗୁଡ଼ିକରେ ହେବ ସେହି ଜିଲ୍ଲାଗୁଡ଼ିକ ହେଲା ସୋନପୁର, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ନବରଙ୍ଗପୁର, ରାୟଗଡ଼ା, ଗଜପତି ଏବଂ ଗଞ୍ଜାମ ।

ଏହି ସମୟରେ ନିରାପଦ ସ୍ଥାନରେ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.